Advertisment

୫ ବର୍ଷରେ ଆଉ ୨ କୋଟି ପକ୍କା ଘର ଯୋଗାଇ ଦିଆଯିବ: ସୀତାରମଣ

୧ କୋଟି ଘରକୁ ୩ଶହ ୟୁନିଟ ମାଗଣା ବିଜୁଳି ଯୋଗାଣ ହେବ। ୯ରୁ ୧୪ ବର୍ଷର ବାଳିକାଙ୍କୁ ସର୍ଭାଇକାଲ କ୍ୟାନ୍‌ସର ଟିକା ଦିଆଯିବ।

author-image
Jitendra Garnayak
ଅଦ୍ୟତନ ହୋଇଛି
Nirmala Sitharaman

Nirmala Sitharaman

‘ଗରିବଙ୍କୁ ପକ୍କା ଘର ଯୋଗାଇ ଦିଆଯାଉଛି। ଆସନ୍ତା ୫ ବର୍ଷରେ ଆଉ ୨ କୋଟି ପକ୍କା ଘର ଯୋଗାଇ ଦିଆଯିବ।’ ଆଜି ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟ ଆଗତ କରିବା ଅବସରରେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଏହି କଥା କହିଛନ୍ତି। 

Advertisment

ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରେ ଆଗାମୀ ୫ ବର୍ଷରେ ୨ କୋଟି ଘର ନିର୍ମାଣ କରିବାକୁ ଲକ୍ଷ୍ୟ ରଖାଯାଇଛି। ମଧ୍ୟବିତ୍ତଙ୍କ ପାଇଁ ନୂଆ ଘର ନିର୍ମାଣ ଯୋଜନା ଆରମ୍ଭ ହେବ। ଆଗାମୀ ଦିନରେ ୧ କୋଟି ଘରକୁ ୩ଶହ ୟୁନିଟ ମାଗଣା ବିଜୁଳି ଯୋଗାଣ ହେବ। ୯ରୁ ୧୪ ବର୍ଷର ବାଳିକାଙ୍କୁ ସର୍ଭାଇକାଲ କ୍ୟାନ୍‌ସର ଟିକା ଦିଆଯିବ।

ଜିଡିପିକୁ ସରକାର ଗୁରୁତ୍ୱ ଦେଉଥିବା କହିଲେ ଅର୍ଥମନ୍ତ୍ରୀ କହିଛନ୍ତି। ସେ କହିଛନ୍ତି, ଜି ହେଉଛି ଗଭର୍ଣ୍ଣାନ୍ସ, ଡି ହେଉଛି ଡେଭଲପମେଣ୍ଟ ଓ ପି ହେଉଛି ପର୍‌ଫର୍‌ମାନ୍ସ। ଭାରତକୁ ବିକାଶର ଉତ୍ତୁଙ୍ଗ ଶିଖରକୁ ନେବା ଆମର ମୂଳ ଲକ୍ଷ୍ୟ। ସମସ୍ତ ଅତ୍ୟାଧୁନିକ ବ୍ୟବସ୍ଥା ସହ ବିକଶିତ ଭାରତ ଆମର ଲକ୍ଷ୍ୟ। ରିଫର୍ମ, ପର୍‌ଫର୍ମ ଓ ଟ୍ରାନ୍ସଫର୍ମକୁ ଆମ ସରକାର ଗୁରୁତ୍ୱ ଦେଇଛି।

Advertisment

ଅର୍ଥ ମନ୍ତ୍ରୀ କହିଛନ୍ତି, ଡିବିଟି ଜରିଆରେ ୩୪ ଲକ୍ଷ କୋଟି ପ୍ରଦାନ କରାଯାଇଛି। ଜନଧନ ଆକାଉଣ୍ଟ ଜରିଆରେ ହିତାଧିକାରୀଙ୍କୁ ସିଧା ସହାୟତା ମିଳୁଛି। ପିଏମ୍ କୃଷକ ସମ୍ମାନ ନିଧି ଯୋଜନାରେ ୧୧.୮ କୋଟି ଚାଷୀଙ୍କୁ ଲାଭ ମିଳୁଛି। ଜାତୀୟ ଶିକ୍ଷା ନୀତି ଜରିଆରେ ଶିକ୍ଷାକୁ ଅଧିକ ଉପାଦେୟ କରାଯାଇଛି। ୭ଟି ଆଇଆଇଟି, ୧୬ଟି ଟ୍ରିପଲ ଆଇଟି ଓ ୭ଟି ଆଇଆଇଏମ୍‌ ପ୍ରତିଷ୍ଠା ହୋଇଛି। ୧୩ଟି ଏମ୍‌ସ ଓ ୩୯୦ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି। 

Union Budget 2024