ଛତିଶଗଡ଼ ସୀମାନ୍ତରେ IED ବିସ୍ଫୋରଣ ଘଟଣାରେ ଦୁଇ ଜଣ ଇଣ୍ଡୋ-ତିବେତାନ ବୋର୍ଡର୍ ପୁଲିସ୍ (ITBP) ଯବାନ ଶହୀଦ ହୋଇଛନ୍ତି। ବିସ୍ଫୋରଣ ପରେ ସେମାନଙ୍କୁ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିଲା। ପରବର୍ତ୍ତୀ ସମୟରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।
ସୂଚନା ଅନୁସାରେ, ଆଜି ଶତିଶଗଡ଼ର ସୀମାବର୍ତ୍ତୀ ଅଞ୍ଚଳ ନାୟାରଣପୁର ଜିଲ୍ଲାରେ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ କରୁଥିଲେ। ଖାନତଲାସୀ ପରେ ସେଠାରୁ ଫେରିବା ସମୟରେ ମୋହାନ୍ଦି ଗାଁ ନିକଟରେ ଆଇଡି ବିସ୍ଫୋରଣ ଘଟିଥିଲା।
Also Read
ଏଥିରେ କିଛି ସୁରକ୍ଷାକର୍ମୀ ଆହତ ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଦୁଇ ଜଣ ITBP ଯବାନ ଶହୀଦ ହୋଇଥିବା ସୂଚନା ମିଳିଛି। ଏଥିସହ ଦୁଇ ଜଣ ପୁଲିସ କର୍ମୀ ମଧ୍ୟ ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସେପଟେ, ବିସ୍ଫୋରଣ ପରେ ସ୍ଥାନୀୟ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ବିଭିନ୍ନ ସ୍ଥାନରେ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।