ସୁରକ୍ଷାକର୍ମୀଙ୍କ ଗୁଳିରେ ନିହତ ହୋଇଛନ୍ତି ଦୁଇ ଜଣ ମହିଳା ନକ୍ସଲ। ମଧ୍ୟ ପ୍ରଦେଶର ବାଲଘାଟ ଜିଲ୍ଲାର କଦଳା ଜଙ୍ଗଲରେ ଶନିବାର ଭୋରରେ ହୋଇଥିବା ଏନକାଉଣ୍ଟରରେ ପ୍ରାଣ ହରାଇଛନ୍ତି ଏହି ଦୁଇ ଦୁର୍ଦ୍ଦାନ୍ତ ନକ୍ସଲ। ଉଭୟଙ୍କ ମୁଣ୍ଡରେ ୧୪ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି ରହିଥିଲା।
ମୃତ ନକ୍ସଲ ଦ୍ୱୟ ହେଲେ- ସୁନିତା ଓ ସରିତା ଖତିଆ ମୋଚା। ସୁନିତା ନକ୍ସଲଙ୍କ ଭୋରାମଦେବ କମିଟିରେ ଏରିଆ କମିଟି ମେମ୍ବର (ଏସିଏମ୍) ଭାବେ କାମ କରୁଥିଲେ। ସେହିପରି ସରିତା ବିସ୍ତାର ଦଳମରେ ଏରିଆ କମିଟି ମେମ୍ବର (ଏସିଏମ୍) ଭାବେ କାମ କରୁଥିଲେ।
Also Read
ସୁରକ୍ଷାକର୍ମୀମାନେ ଏହି ଦୁଇ ନିହତ ମହିଳା ନକ୍ସଲଙ୍କ ଠାରୁ ବନ୍ଧୁକ, ଗୁଳି ଓ ଏକାଧିକ ଅନ୍ୟାନ୍ୟ ଅସ୍ତ୍ରଶସ୍ତ୍ର ଜବତ କରିଛନ୍ତି। କଦଳା ଜଙ୍ଗଲରେ ସୁରକ୍ଷାକର୍ମୀମାନେ କମ୍ବିଂ ଅପରେସନ ଜାରି ରଖିଛନ୍ତି। ଘଟଣାସ୍ଥଳକୁ ବାଲଘାଟ ଜୋନ୍ ଆଇଜିପି ସଞ୍ଜୟ କୁମାର ଓ ଏସ୍ପି ସମୀର ସୌରଭ ପ୍ରମୁଖ ଯାଇ ସ୍ଥିତି ଯାଞ୍ଚ କରିଛନ୍ତି।
ସୂଚନାଯୋଗ୍ୟ, ଗତବର୍ଷ ବାଲଘାଟ ପୁଲିସ୍ ୬ ଜଣ ନକ୍ସଲଙ୍କୁ ଏନକାଉଣ୍ଟର କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
National
ଏଥର ବି ସାଧାରଣତନ୍ତ୍ର ଦିବସରେ ଦିଶିବନି ଦିଲ୍ଲୀର ପ୍ରଜ୍ଞାପନ ମେଢ଼
ଏହାକୁ ମିଶାଇ ୪ର୍ଥ ଥର ପାଇଁ ଦେଶର ରାଜଧାନୀ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ପ୍ରଦର୍ଶିତ କରିବାକୁ ଅନୁମତି ମିଳିନାହିଁ।
Politics
ବିଭାଗ ବଣ୍ଟନକୁ ନେଇ ମହାୟୁତି ମେଣ୍ଟରେ ଅସନ୍ତୋଷ, ସ୍ୱୀକାର କଲେ ଅଜିତ ପାୱାର
ଶନିବାର ରାତିରେ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ ହୋଇଛି। ମନ୍ତ୍ରୀଙ୍କ ସଂଖ୍ୟା ଅଧିକ ଥିବାରୁ ସମସ୍ତଙ୍କୁ ଗୋଟିଏ ଲେଖାଏଁ ବିଭାଗ ଦେବାକୁ ପଡ଼ିଲା ବୋଲି କହିଲେ ଅଜିତ ପାୱାର।
National
ଅଲ୍ଲୁ ଅର୍ଜୁନଙ୍କ ଘର ଆଗରେ ବିକ୍ଷୋଭ ଓ ଭଙ୍ଗାରୁଜା, ୮ ଗିରଫ
ବିକ୍ଷୋଭକାରୀ ଅଲ୍ଲୁ ଅର୍ଜୁନଙ୍କ ବାସଭବନରେ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ୮ ଜଣଙ୍କୁ ଉଠାଇ ନେଇଛି ପୁଲିସ।
National
ବିଷ ବଳୟରେ ରାଜଧାନୀ; ‘ସିଭିୟର’ ସ୍ଥିତିରେ ବାୟୁ ପ୍ରଦୂଷଣ
ରବିବାର ଦିନ ୩ଟା ସୁଦ୍ଧା ବାୟୁ ଗୁଣବତ୍ତା ସୂଚକାଙ୍କ ୪୦୬ରେ ପହଞ୍ଚିଛି। ୧୬ ଡିସେମ୍ବର ରାତିରୁ ଲାଗୁ ହୋଇଛି ଗ୍ରାପ-୪ କଟକଣା।