ଉପସ୍ଥାପନ ହେଲା କେନ୍ଦ୍ର ବଜେଟ୍: ନିଯୁକ୍ତି, ଶିକ୍ଷା ଓ ଦକ୍ଷତା ଉପରେ ଫୋକସ୍‌

ନିଯୁକ୍ତି, ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୧ ଲକ୍ଷ ୪୮ ହଜାର କୋଟି ବ୍ୟବସ୍ଥା କରାଯାଇଛି।

ସଂସଦରେ ବଜେଟ୍‌ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ।

  • Published: Tuesday, 23 July 2024
  • , Updated: 23 July 2024, 11:29 AM IST

ଲୋକସଭାରେ ଉପସ୍ଥାପନ ହୋଇଛି କେନ୍ଦ୍ର ବଜେଟ୍‌। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ନିଜର ବଜେଟ ଅଭିଭାଷଣ ଆରମ୍ଭ କରିଛନ୍ତି। ଖୋଲିଛି ନିର୍ମଳାଙ୍କ ବଜେଟ୍‌ ପେଢ଼ି। ସଂସଦରେ ପେପର୍‌ ଲେସ୍‌ ବଜେଟ୍‌ ଉପସ୍ଥାପନ ହୋଇଛି। 

ସମସ୍ତ ଔପଚାରିକତା ଶେଷ ପରେ ଅର୍ଥମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ସହ ସଂସଦରେ ଉପସ୍ଥିତ ହୋଇଥିଲେ ମନ୍ତ୍ରୀଗଣ ଓ ସବୁ ଦଳର ସାଂସଦ । ଏହାପରେ ସ୍ପିକର ଗୃହକୁ ସମ୍ବୋଧନ କରିବା ପରେ ଅର୍ଥମନ୍ତ୍ରୀ ଆଗତ କରିଛନ୍ତି ୨୦୨୪-୨୫ ବର୍ଷ ପାଇଁ ବଜେଟ୍ । ମୋଦୀଙ୍କ ୩ୟ ପାଳିର ଏହା ହେଉଛି ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍।

ଅନ୍ତରୀଣ ବଜେଟରେ ୪ ଗୋଷ୍ଠୀଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା ଗରିବ, ମହିଳା, ଯୁବବର୍ଗ ଏବଂ କୃଷକଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନଯୋଜନା ୫ ବର୍ଷ ବଢ଼ାଯାଇଛି। ୫ ବର୍ଷରେ ୪ କୋଟି ଯୁବବର୍ଗଙ୍କୁ ନିଯୁକ୍ତି, ସୁଦକ୍ଷ ପାଇଁ ଲକ୍ଷ୍ୟ ରଖାଯାଇଛି।

ନିଯୁକ୍ତି, ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୧ ଲକ୍ଷ ୪୮ ହଜାର କୋଟି ବ୍ୟବସ୍ଥା କରାଯାଇଛି। ୩୨ ଫସଲର ୧୦୯ ଉନ୍ନତ ଅମଳକ୍ଷମ ବିହନ ଚାଷୀଙ୍କୁ ମିଳିବ। ୧ କୋଟି ଚାଷୀଙ୍କୁ ପ୍ରାକୃତିକ ଉପାୟରେ ଚାଷ ପାଇଁ ପ୍ରୋତ୍ସାହନ ଦିଆଯିବ। ଚାଷୀଙ୍କ ଉତ୍ପାଦର ଷ୍ଟୋରେଜ ଓ ମାର୍କେଟିଂ ପାଇଁ ବିଶେଷ ବ୍ୟବସ୍ଥା ହେବ। ଏଥିସହ ଚାଷୀଙ୍କ ପାଇଁ ୧୦ ହଜାର ବାୟୋ ରିସର୍ଚ୍ଚ କେନ୍ଦ୍ର ପ୍ରତିଷ୍ଠା ହେବ ବୋଲି ବୋଲି ଅର୍ଥମନ୍ତ୍ରୀ କହିଛନ୍ତି।  

Related story