Advertisment

କାର୍‌କୁ ପିଟିଲା ଟ୍ରକ୍‌; ୫ ମୃତ, ୫ ଗୁରୁତର

ଏକ ଟ୍ରକ୍‌ କାର୍‌କୁ ପିଟିବାରୁ ଘଟଣାସ୍ଥଳରେ ଏକ ପରିବାରର ୫ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୫ ଜଣ ଗୁରୁତର ହୋଇଛନ୍ତି।

Treatment

Treatment

Advertisment

ଉତ୍ତରପ୍ରଦେଶର ଶାହଜହାଁପୁରରେ ଗତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ କାର୍‌କୁ ପିଟିବାରୁ ଘଟଣାସ୍ଥଳରେ ଏକ ପରିବାରର ୫ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୫ ଜଣ ଗୁରୁତର ହୋଇଛନ୍ତି।

Advertisment

ଗତ ରାତିରେ ରିୟାସତ ନାମକ ବ୍ୟବସାୟୀ ନିଜ ପରିବାର ସହ କାର୍‌ ଯୋଗେ ହଜହାଁପୁରରୁ ଦିଲ୍ଲୀ ଅଭିମୁଖେ ଯାଉଥିଲେ। ମାତ୍ର କାର୍‌ଟି ମଦନାପୁର ଜାତୀୟ ରାଜପଥ ଅତିକ୍ରମ କରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍‌ କାର୍‌ଟିକୁ ପିଟିଥିଲା।

ଫଳରେ ଘଟଣାସ୍ଥଳରେ ୫ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଦୁଇ ମହିଳା ଓ ଦୁଇ ଶିଶୁ ବି ଅଛନ୍ତି। ଖବର ପାଇ ସ୍ଥାନୀୟ ଲୋକେ ଓ ପୁଲିସ୍‌ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହାପରେ କାର୍‌ ଭିତରୁ ଗୁରୁତର ଅବସ୍ଥାରେ ୫ ଜଣଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି।

Advertisment

ପୁଲିସ୍‌ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ଜବତ କରି ଡ୍ରାଇଭରଙ୍କୁ ଅଟକ ରଖିଛି। ଏହି ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।

Accident Uttar Pradesh
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe