Advertisment

କାଉଡିଆଙ୍କ ଉପରେ ଚଢ଼ିଗଲା କାର୍‌; ୬ ମୃତ, ୧୨ ଗୁରୁତର

ମହାଦେବ ମନ୍ଦିରକୁ ପାଣି ନେଇ ଯାଉଥିବା କାଉଡିଆଙ୍କ ଉପରେ ଚଢ଼ିଗଲା କାର୍‌ । ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୬ କାଉଡିଆଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଗୁରୁତର ହୋଇଛନ୍ତି।

author-image
Niharika Rout
ଅଦ୍ୟତନ ହୋଇଛି
Devotees

Devotees

ବିହାର ବାଙ୍କା ଜିଲ୍ଲାରେ ଗତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମହାଦେବ ମନ୍ଦିରକୁ ପାଣି ନେଇ ଯାଉଥିବା କାଉଡିଆଙ୍କ ଉପରେ ଚଢ଼ିଗଲା କାର୍‌ । ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୬ କାଉଡିଆଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଗୁରୁତର ହୋଇଛନ୍ତି। ଏହି ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ପୁଲିସ୍‌ ଗାଡ଼ିରେ ନିଆଁ ଲଗାଇ ଦେଇଛନ୍ତି।

Advertisment

ପୁଲିସ୍‌ ସୂଚନା ଅନୁଯାୟୀ, ଗତ ରାତିରେ ପ୍ରାୟ ୨୦ରୁ ଊର୍ଦ୍ଧ୍ୱ କାଉଡିଆ ଗଙ୍ଗା ନଦୀରୁ ପାଣି ଉଠାଇ ସୁଲତାନଗଞ୍ଜରୁ ଜେଷ୍ଠଗୋରନାଥ ମହାଦେବ ମନ୍ଦିରକୁ ଯାଉଥିଲେ। ରାତିରେ ସେମାନେ ଯାଉଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ଏକ କାର୍‌ କିଛି କାଉଡ଼ିଆଙ୍କ ଉପରେ ଚଢ଼ି ଯାଇଥିଲା।

ଖବର ପାଇ ତୁରନ୍ତ ପୁଲିସ୍‌ ଓ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଏହି ଦୁର୍ଘଟଣାରେ ୧୨ ଜଣ ଗୁରୁତର ହୋଇଥିବା ବେଳେ ତୁରନ୍ତ ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଥିସହ ଘଟଣାସ୍ଥଳରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ନିମନ୍ତେ ପଠାଯାଇଛି।

Advertisment

ସ୍ଥାନୀୟ ଅଞ୍ଚଳରେ ବାରମ୍ବାର ଦୁର୍ଘଟଣା ଘଟୁଥିଲେ ବି ପୁଲିସ୍‌ କୌଣସି ପ୍ରକାର ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ସ୍ଥାନୀୟ ଲୋକେ ଉତ୍ତ୍ୟକ୍ତ ହୋଇ ଉଠିଥିଲେ। ସେମାନେ ଘଟଣାସ୍ଥଳରେ ଥିବା ପୁଲିସ୍‌ ଗାଡ଼ିରେ ନିଆଁ ଲଗାଇ ଦେଇଥିଲେ।

ଖବର ପାଇ ବରିଷ୍ଠ ପୁଲିସ୍‌ ଓ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ବହୁ ବୁଝାଶୁଝା ପରେ ପରିସ୍ଥିତି ଶାନ୍ତ ହେବା ସହ ରାସ୍ତାରେ ଯାନବାହନ ଚଳାଚଳ ସ୍ୱାଭାବିକ ହୋଇଥିବା ଜଣାଯାଇଛି।

Accident Bihar