Advertisment

ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ; ହସ୍ପିଟାଲରେ ଭର୍ତ୍ତି

ଲାଲକୃଷ୍ଣ ଆଡଭାନୀ ବୟସାଧିକ କାରଣରୁ ଅସୁସ୍ଥ ହୋଇ ପଡ଼ିଥିବା ଜଣାପଡ଼ିଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
lal krishna advani

lal krishna advani

ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ ହୋଇ ପଡ଼ିଛନ୍ତି। ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାଯାଇଛି।  

Advertisment

ଗତକାଲି ବିଳମ୍ବିତ ରାତିରେ ଅସୁସ୍ଥ ହୋଇ ପଡ଼ିଥିଲେ ଆଡଭାନୀ। ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଆଡଭାନୀ ୟୁରୋଲୋଜି ବିଶେଷଜ୍ଞଙ୍କ ତତ୍ତ୍ୱାବଧାନରେ ଚିକିତ୍ସିତ ହେଉଛନ୍ତି। ବୟସାଧିକ କାରଣରୁ ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ ହୋଇ ପଡ଼ିଥିବା ସୂଚନା ରହିଛି। ଆଡଭାନୀଙ୍କୁ ୯୬ ବର୍ଷ ହୋଇଛି ।

ଗତ ମାର୍ଚ୍ଚ ମାସରେ ଲାଲକୃଷ୍ଣ ଆଡଭାନୀଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନଜନକ ପୁରସ୍କାର ଭାରତ ରତ୍ନରେ ସମ୍ମାନିତ କରାଯାଇଥିଲା। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଡଭାନୀଙ୍କ ଦିଲ୍ଲୀ ସ୍ଥିତ ବାସଭବନକୁ ଯାଇ ଏହି ପୁରସ୍କାର ପ୍ରଦାନ କରିଥିଲେ। ଏହି ସମୟରେ ତାଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଉପସ୍ଥିତ ଥିଲେ। ଆଡଭାନୀଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଯୋଗୁ ରାଷ୍ଟ୍ରପତି ନିଜେ ତାଙ୍କ ଘରକୁ ଯାଇ ତାଙ୍କୁ ଭାରତ ରତ୍ନରେ ସମ୍ମାନିତ କରିଥିଲେ। ଫେବ୍ରୁଆରୀ ୩ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଭାରତ ରତ୍ନ ଦେବା ପାଇଁ ଘୋଷଣା କରିଥିଲେ।

Advertisment
Bjp Lal Krishnaadvani