Advertisment

ପଶ୍ଚିମବଙ୍ଗରେ ହିଂସା, କର୍ଫ୍ୟୁ ଲାଗୁ, ଇଣ୍ଟରନେଟ୍‌ ସେବା ବନ୍ଦ

ଏହି ମାମଲାରେ ପୁଲିସ ୧୫ ଜଣଙ୍କୁ ଗିରଫ କରିଛି।

Violence

Violence

Advertisment

ପୁଣି ଅଶାନ୍ତ ପଶ୍ଚିମବଙ୍ଗ। ଏଠାକାର ମୁର୍ସିଦାବାଦ ଜିଲ୍ଲା ପୁଣି ଥରେ ସାମ୍ପ୍ରଦାୟିକ ହିଂସାକୁ ନେଇ ଚର୍ଚ୍ଚାକୁ ଆସିଛି। ମୁର୍ସିଦାବାଦର ବେଲଡାଙ୍ଗା ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଯାହା ପରେ କର୍ତ୍ତୃପକ୍ଷଙ୍କୁ ଉକ୍ତ ଅଞ୍ଚଳରେ କର୍ଫ୍ୟୁ ଲାଗୁ କରିଛି। ଡିଜିଟାଲ ଡିସ୍‌ପ୍ଲେ ବୋର୍ଡରେ ଆପତ୍ତିଜନକ ବାର୍ତ୍ତା ପ୍ରଦର୍ଶନକୁ ନେଇ ଏହି ସଂଘର୍ଷ ଘଟିଛି। ଏହି ମାମଲାରେ ପୁଲିସ ୧୫ ଜଣଙ୍କୁ ଗିରଫ କରିଛି।

Advertisment

ଜଣେ ପୁଲିସ ଅଧିକାରୀଙ୍କ କହିବା ମୁତାବକ, ବେଲଡଙ୍ଗାରେ ଘଟିଥିବା ଏହି ସଂଘର୍ଷରେ କିଛି ଲୋକ ସାମାନ୍ୟ ଆହତ ହୋଇଛନ୍ତି। ପ୍ରଭାବିତ ଅଞ୍ଚଳରେ ଇଣ୍ଟରନେଟ୍ ସେବା ମଧ୍ୟ ବନ୍ଦ ରଖାଯାଇଛି। କାର୍ତ୍ତିକ ପୂଜା ପାଣ୍ଡାଲ ନିକଟରେ ଥିବା ଏକ ଫାଟକରେ ଡିସ୍‌ପ୍ଲେ ବୋର୍ଡରେ ଲେଖାଯାଇଥିବା ବାର୍ତ୍ତା ବିଷୟରେ ଜାଣିବା ପରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଆରମ୍ଭ ହୋଇଥିଲା।

ଦୁଇ ଗୋଷ୍ଠୀ ପରସ୍ପରକୁ ପଥର ପିଙ୍ଗିବା ସହ ଲାଠି ମାଡ଼ କରିଥିଲେ। ସୂଚନାନୁସାରେ, ଅନେକ ଦୋକାନ ଏବଂ ଘର ଭଙ୍ଗାରୁଜା କରାଯାଇଥିଲା ଏବଂ ଦେଶି ବୋମା ମାଡ଼ ମଧ୍ୟ କରାଯାଇଥିଲା। ଏକ ପୁଲିସ ଗାଡି ଉପରକୁ ମଧ୍ୟ ଆକ୍ରମଣ କରାଯାଇଥିଲା, ଯାହା ପରେ ପୁଲିସ ଲାଠି ମାଡ଼ କରିଥିଲା। ପରିସ୍ଥିତି ନିୟନ୍ତ୍ରଣକୁ ଆସିଥିଲା ସୁଦ୍ଧା ଅଞ୍ଚଳରେ ଉତ୍ତେଜନା ଲାଗି ରହିଛି। ଏହି ସଂଘର୍ଷରେ ସମ୍ପୃକ୍ତ ଥିବା ୧୫ ଜଣଙ୍କୁ ଗିରଫ କରାଯାଇଥିବା ପୁଲିସ କହିଛି।

Advertisment

ସେପଟେ ବିଜେପି ଏହି ଘଟଣାକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ୍‌ କରିଛି। ତ୍ରୁଣମୂଳ କଂଗ୍ରେସର ଜଣେ ନେତା କହିଛନ୍ତି, ବର୍ତ୍ତମାନ ପରିସ୍ଥିତି ନିୟନ୍ତ୍ରଣରେ ଅଛି। ଅଭିଯୁକ୍ତଙ୍କ ବିରୋଧରେ ପ୍ରଶାସନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି।

Internet Stop Murshidabad Violence In West Bengal
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe