Advertisment

ଆଜି ଗୁଜରାଟ ଉପକୂଳ ଛୁଇଁବ ବାତ୍ୟା ‘ବିପର୍ଯ୍ୟୟ’

ପାଣିପାଗ ବିଭାଗ ପକ୍ଷରୁ ସୌରାଷ୍ଟ୍ର ଏବଂ କଚ୍ଛ ଉପକୂଳ ପାଇଁ ରେଡ ଆଲର୍ଟ ଜାରି କରାଯାଇଛି।

cyclone

cyclone

Advertisment

ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ବିପର୍ଯ୍ୟୟ ’ ଆଜି ଗୁଜରାଟ ଉପକୂଳ ଛୁଇଁବ। ବାତ୍ୟାଟି ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମର ରୂପ ନେଇ ଉତ୍ତର ପୂର୍ବ ଦିଗରେ ଗତି କରୁଛି। ଏହା ମାଣ୍ଡଭି ଓ କରାଚି ମଧ୍ୟରେ ଥିବା ଜଖୌ ବନ୍ଦର ନିକଟରେ ସ୍ଥଳଭାଗ ଛୁଇଁବ। ଲ୍ୟାଣ୍ଡଫଲ ବେଳେ ପବନର ବେଗ ଘଣ୍ଟାପ୍ରତି ୧୨୫ରୁ ୧୩୫ କିଲୋମିଟର ରହିବ।

Advertisment

ବାତ୍ୟା ବିପର୍ଯ୍ୟୟ ସମୁଦ୍ରରେ ଦୁର୍ବଳ ହୋଇ ଅତି ଭୀଷଣ ଘୂର୍ଣ୍ଣିଝଡ଼ରେ ପରିଣତ ହୋଇଥିଲେ ବି ଲ୍ୟାଣ୍ଡଫଲ ବେଳକୁ ବ୍ୟାପକ କ୍ଷୟକ୍ଷତି ଘଟାଇବାର ଆଶଙ୍କା ରହିଛି।

ପାଣିପାଗ ବିଭାଗ ପକ୍ଷରୁ ସୌରାଷ୍ଟ୍ର ଏବଂ କଚ୍ଛ ଉପକୂଳ ପାଇଁ ରେଡ ଆଲର୍ଟ ଜାରି କରାଯାଇଛି। ବାତ୍ୟା ପ୍ରଭାବରେ ଅତି ଉଚ୍ଚ ଜୁଆର ସହ ସମୁଦ୍ର ଅତ୍ୟନ୍ତ ଅଶାନ୍ତ ରହିବ। ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Advertisment

ଅନ୍ୟପକ୍ଷରେ ଗୁଜରାଟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ବାତ୍ୟା ବିପତ୍ତିକୁ ଯଥାସମ୍ଭବ ହ୍ରାସ କରିବା ପାଇଁ ପ୍ରସ୍ତୁତି କରାଯାଇଛି। ଏଯାଏଁ ୫୦ ହଜାରରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ଜରୁରୀକାଳୀନ ପରିସ୍ଥିତିର ମୁକାବାଲି ଲାଗି ୧୭ଟି ଏନଡିଆରଏଫ୍ ଟିମ୍ ସହ ୧୨ଟି ଏସଡିଆରଏଫ୍ ଟିମ ମୁତୟନ ହୋଇଛନ୍ତି। ବାତ୍ୟା ପାଇଁ ୭୬ଟି ଟ୍ରେନ୍ ବାତିଲ କରାଯାଇଛି।

ସୂଚନାଯୋଗ୍ୟ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ୩ ସେନାର ବାହିନୀର ମୁଖ୍ୟମାନଙ୍କ ସହ କଥା ହେବା ସହ ସ୍ଥିତିର ସମୀକ୍ଷା କରିଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟ କଚ୍ଛ ଯାଇ ବିଭିନ୍ନ ହସ୍ପିଟାଲର ସ୍ଥିତି ପରଖିଛନ୍ତି। କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମଧ୍ୟ ସ୍ଥିତି ଉପରେ ନଜର ରଖିଛନ୍ତି।

Northeast Arabian Sea Biparjoy
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe