ବଙ୍ଗୋପସାଗରରେ ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ଓଡିଶାରେ ଗୋଟିଏରୁ ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୪୦ରୁ ୫୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏଥିପାଇଁ ମତ୍ସ୍ୟଜୀବିଙ୍କୁ ସମୁଦ୍ରକୁ ଯିବା ବେଳେ ସତର୍କତା ଅବଲମ୍ୱନ କରିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।