ପୁରୀ(ଓଡ଼ିଶା ରିପୋର୍ଟର): ସମ୍ଭାବ୍ୟ ବାତ୍ୟା ‘ଅମ୍ଫାନ’କୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି। ଜିଲ୍ଲାରେ ଥିବା ବାତ୍ୟା ଆଶ୍ରୟସ୍ଥଳୀଗୁଡିକରେ ଆନୁସଙ୍ଗିକ ବ୍ୟବସ୍ଥା କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଆବଶ୍ୟକସ୍ଥଳେ ପ୍ରଭାବିତ ହେବାକୁ ଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯିବ।
ବାତ୍ୟା ଆଶ୍ରୟସ୍ଥଳୀଗୁଡିକରେ ଉଜ୍ୱଳ ଆଲୋକ ବ୍ୟବସ୍ଥା, ପାନୀୟ ଜଳ, ଶୁଖିଲା ଖାଦ୍ୟ ମହଜୁଦ୍ ରଖିବା ସହ ଔଷଧ ବନ୍ଦୋବସ୍ତ କରିବାକୁ ବିଡିଓ ଓ ତହସିଲଦାରଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟାର ମୁକାବିଲା ପାଇଁ ଏନ୍ଡିଆରଏଫ୍ ଟିମ୍ ମଧ୍ୟ ପ୍ରସ୍ତୁତ ଅଛନ୍ତି ।
ବାତ୍ୟା ‘ଅମ୍ଫାନ’ ଯୋଗୁ ପୁରୀ ଜିଲ୍ଲାର କାକଟପୁର, ଅସ୍ତରଙ୍ଗ, କୋଣାର୍କ, ଗୋପ ସମେତ ପୁରୀ ସହରର ଦୁଇଟି ସମୁଦ୍ରକୂଳ ଅଞ୍ଚଳ ତଥା ପେଣ୍ଠକଟା ଓ ବଳିଆପଣ୍ଡା ବସ୍ତି ବିଶେଷ ପ୍ରଭାବିତ ହେବା ଆଶଙ୍କା କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରୁଷରେ ଶାନ୍ତିର ବାର୍ତ୍ତା ପ୍ରଚାର କରୁଛନ୍ତି ବିକେ ସୁଧାରାଣୀ; ସମ୍ମାନିତ କଲେ ରାଷ୍ଟ୍ରପତି
ପ୍ରଧାନମନ୍ତ୍ରୀଙ୍କ ଟାକ୍ସ ‘ପରବର୍ତ୍ତୀ ସମୟରେ ଆଉ ୫ ଜଣଙ୍କୁ ସାଥୀରେ ଆଣିବାକୁ’ ନେଇ ବିକେ ସୁଧାରାଣୀ ଗୁପ୍ତା କହିଛନ୍ତି, ନିଶ୍ଚିତ ଭାବେ ପରବର୍ତ୍ତୀ ପ୍ରବାସୀ ଭାରତୀୟ ଦିବସରେ ଆମେ ଆଉ ୫ ଜଣଙ୍କୁ ସାଥୀରେ ଧରି ଆସିବୁ।
Miscellaneous
ଓଡ଼ିଆ ଝିଅ, ଇଂଲଣ୍ଡରେ ଗଢିଛନ୍ତି ଜଗନ୍ନାଥ ମନ୍ଦିର
୨୦୨୧ ମସିହାରେ ମହାପ୍ରଭୁଙ୍କ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରିଛୁ। ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ପୂଜା ନୀତି ସମ୍ପନ୍ନ ହେଉଛି। ଦୂର ଦୂରାନ୍ତ ଶ୍ରାଦ୍ଧାଳୁମାନେ ଆସୁଛନ୍ତି। ପ୍ରତିଦିନ ମହାପ୍ରସାଦ ଓ ଛପନ ଭୋଗ ପ୍ରସ୍ତୁତ ହେଉଛି।
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।