କଟକ: କଟକ ବଡ଼ ମେଡିକାଲ ପରିସରରୁ ବିଚାରାଧୀନ କଏଦୀ ଫେରାର୍ ଘଟଣାରେ ୩ ପୋଲିସ କର୍ମଚାରୀଙ୍କୁ ନିଲମ୍ୱିତ କରାଯାଇଛି । ଏମାନଙ୍କ ମଧ୍ୟରେ ଜଣେ ହାବିଲଦାର ଓ ୨ ଜଣ କନଷ୍ଟେବଳ ଅଛନ୍ତି । ଚୌଦ୍ୱାର ଜେଲର ବିରାଚାଧୀନ କଏଦୀ ପ୍ରିତମ ଘୋଷଙ୍କ ସ୍ୱାସ୍ଥ୍ୟ ଯାଞ୍ଚ ପାଇଁ ଆଜି କଟକ ବଡ଼ ମେଡିକାଲକୁ ଅଣାଯାଇଥିଲା । ତେବେ ସେଠାରୁ ସେ ଫେରାର ହୋଇଯାଇଥିଲେ । ୨ ମାସ ତଳେ ଏକ ଡକାୟତି ମାମଲାରେ କଟକ ମର୍କତ ନଗର ପୋଲିସ ପ୍ରିତମଙ୍କୁ ଗିରଫ କରିଥିଲା । ଫେରାର କଏଦୀକୁ ଧରିବା ପାଇଁ ପୋଲିସ ତନାଘନା ଜାରି ରଖିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ସରକାରୀ ଜମିରେ ତିଆରି ହୋଇଛି ବାବାଙ୍କ ବୈକୁଣ୍ଠ ଧାମ ଆଶ୍ରମ
ଭୁବନେଶ୍ୱର ଖଣ୍ଡଗିରି ପାଦ ଦେଶରେ ରହିଛି ବାବାଙ୍କ ବୈକୁଣ୍ଠ ଧାମ୍ ଆଶ୍ରମ। ଏଠାରେ କଳକୀରାମ ଶ୍ରୀଶ୍ରୀଶ୍ରୀ ସତ୍ୟ ଅନନ୍ତ ମାଧବ ପୂଜା ପାଉଛନ୍ତି। ପ୍ରବଚନ ଦେଉଛନ୍ତି। ଭକ୍ତଙ୍କୁ ଆଶୀର୍ବାଦ ଦେଉଛନ୍ତି।
Special
ଦୁଇ ଘଣ୍ଟା ବନ୍ଦ ହୋଇଥିଲା ହାର୍ଟ ବିଟ୍; ତଥାପି ପୁନର୍ଜନ୍ମ ପାଇଲେ ଯବାନ
ଏମ୍ସ ଡାକ୍ତର ଔଷଧ ଦେଇ ଶୁଭକାନ୍ତଙ୍କ ବିପି ବଢ଼ାଇବାକୁ ଚେଷ୍ଟା କରିଥିଲେ। ହେଲେ ହାର୍ଟ ବିଟ୍ କିନ୍ତୁ କମି ଚାଲିଥିଲା। ଏହାରି ଭିତରେ ହଠାତ ହୋଇଥିଲା କର୍ଡିଆକ୍ ଆରେଷ୍ଟ। ବନ୍ଦ ହୋଇଗଲା ହାର୍ଟ ବିଟ୍। ତେଣୁ ଡାକ୍ତର ତାଙ୍କୁ CPR ଦେବା ଆରମ୍ଭ କରିଥିଲେ।
Miscellaneous
ଆମ୍ବ ଟାକୁଆ ଖାଇବା ଘଟଣାରେ ଆଉ ଜଣଙ୍କର ମୃତ୍ୟୁ
ଆମ୍ବ ଟାକୁଆ ଖାଇ ଗୁରୁତର ଥିବା ଆଉ ଜଣେ ଏବେ ବି ଏସସିବିରେ ଚିକିତ୍ସାଧୀନ ଅଛନ୍ତି।
Politics
ବିଜେଡି ନେତା ଏନ୍. ଭାସ୍କର ରାଓଙ୍କୁ ମିଳିଲା ଆଶ୍ୱସ୍ତି
୨୦୧୩ ମସିହା ଡ଼ିସେମ୍ବର ୧୫ ତାରିଖରେ ରାୟଗଡା ଜିଲ୍ଲାର ବରିଷ୍ଠ ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗୀ ହଠାତ୍ ନିଖୋଜ ହୋଇଯାଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କ ମୃତଦେହ ଆନ୍ଧ୍ରପ୍ରଦେଶରୁ ମିଳିଥିଲା।
Miscellaneous
ଆଜି ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ
ସାଂସ୍କୃତିକ କାର୍ଯ୍ୟକ୍ରମ ଅଧାରୁ ବନ୍ଦକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଏହାରି ଭିତରେ ଘଟଣାରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିଥିଲେ। ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିଥିବା ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।