ଭୁବନେଶ୍ୱର: ଡେଲାଙ୍ଗ ରେଳ ଷ୍ଟେସନରେ ଟ୍ରେନ ପୋଡି ଉତ୍ତେଜନା ପରେ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏହି ଲଙ୍କାକାଣ୍ଡ ଘଟାଇଥିବା ଉତ୍ୟକ୍ତ ଲୋକଙ୍କ ବିରୋଧରେ ପୋଲିସ ପକ୍ଷରୁ କଠୋର କାର୍ଯ୍ୟାନୁଷ୍ଠନ ନିଆଯିବ ବୋଲି ପୋଲିସ ଡିଜି କହିଛନ୍ତି।
ଗତକାଲି ଟ୍ରେନରୁ ଖସି ଜଣେ ଯୁବକଙ୍କ ମୃତୁ୍ୟ ପରେ ସ୍ଥାନୀୟ ଲୋକେ ପୁରୀ-ବଡବିଲ ଏକ୍ସପ୍ରେସ ଟ୍ରେନର ଗୋଟଏ ବଗିରେ ନିଅାଁ ଲଗାଇ ଦେଇଥିଲେ। ଏହାସହ ଉତ୍ୟକ୍ତ ଲୋକେ ଷ୍ଟେସନରେ ଥିବା କମ୍ପ୍ୟଟର,ପ୍ରିଣ୍ଟର,ଫ୍ୟାନ୍,ଝରକା, କବାଟ ଓ ଟିକଟ କାଉଁଣ୍ଟରକୁ ଭାଙ୍ଗି ଦେଇଥିଲେ।
ଏଥିଯୋଗୁଁ ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ତେବେ ଷ୍ଟେସନରେ ପୁରୀ-ବଲବିଲ ଓ ପୁରୀ-ହୱାଡା ଏକ୍ସପ୍ରେସ ସହ ଅନ୍ୟ କେତେକ ଟ୍ରେନ ଦୀର୍ଘ ସମୟଧରି ଅଟକି ରହିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।
Crime
ଡିଡିଟାଲ ଆରେଷ୍ଟର ମିଛ ଫାଶରେ ପଡ଼ିଗଲେ ପୂର୍ବତନ ସେନା ଅଧିକାରୀ, ଭୟରେ ଦେଇଦେଲେ ୧ କୋଟି
ଡିଜିଟାଲ ଆରେଷ୍ଟ ନେଇ ଲୋକଙ୍କୁ ସଚେତନ କରାଯାଉଥିବା ସତ୍ତ୍ୱେ ଅନେକ ସମୟରେ ସେମାନେ ଭୟଭୀତ ହୋଇ ନିଜ ଟଙ୍କା ହରାଉଛନ୍ତି।
Crime
ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ
ସେନା କର୍ମଚାରୀଙ୍କୁ ଥାନାରେ କିପରି ବ୍ୟବହାର ପ୍ରଦର୍ଶନ କରାଯିବ, ସେନେଇ ରାଜ୍ୟ ସରକାର ଜାରି କରିଥିବା ଏସଓପିକୁ କଡ଼ାକଡ଼ି ପାଳନ କରିବାକୁ ହାଇକୋର୍ଟ କହିଛନ୍ତି।
Crime
ପାଢ଼ୀ ଟ୍ୟୁଟୋରିଆଲ ମାଲିକଙ୍କ ଆତ୍ମହତ୍ୟା ଘଟଣା: ଆଉ ଥରେ ଏତଲା ଦେବାକୁ ହାଇକୋର୍ଟଙ୍କ ଅନୁମତି
ଏହି ମାମଲାର ଶୁଣାଣି ସମୟରେ ସରକାରୀ ଓକିଲ କୋର୍ଟଙ୍କୁ କହିଥିଲେ ଯେ ପୁଲିସ୍ ଜବତ କରିଥିବା ସୁଇସାଇଡ୍ ନୋଟରେ ଜେ.ବି ପାଢ଼ୀଙ୍କ ସହ ଅର୍ଥ କାରବାର କରୁଥିବା ୩୦ ଜଣଙ୍କ ନାମ ରହିଛି। କିନ୍ତୁ ସେହି ସନ୍ଦିଗ୍ଧମାନଙ୍କ ବିରୋଧରେ ତଦନ୍ତ ଶେଷ ହୋଇନାହିଁ।
Crime
ଦାଦନ ସର୍ଦ୍ଦାରର ଦବଙ୍ଗଗିରି; ଶ୍ରମିକଙ୍କୁ କିଡ୍ନାପ କରି ନେଇ ନିର୍ଧୂମ ଛେଚିଲେ
ଦାଦନ ଯିବା ପାଇଁ ୪୦ ହଜାର ଟଙ୍କା ବଇନା ଆଣିଥିଲେ ଅଜିତ। ସେହି ଟଙ୍କା ଲେଣଦେଣକୁ ନେଇ ଅଜିତଙ୍କୁ ସର୍ଦ୍ଦାର ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି ତାଙ୍କ ସ୍ତ୍ରୀ।