ବରଗଡ: ତାମିଲନାଡୁକୁ ଦାଦନ ଖଟିବାକୁ ଯାଇଥିବା ବରଗଡ ଜିଲ୍ଲା ଘେଁସ ଗାଁର ଜଣ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ଜଣକ ଘେଁସ ଗାଁର ଚନ୍ଦ୍ରକାନ୍ତ ବରିହା। ସେ ପ୍ରାୟ ୩ ମାସ ତଳେ ଗାଁରର କେତେକ ଯୁବକଙ୍କ ସହ ଦାଦନ ଖଟିବା ପାଇଁ ତାମିଲନାଡୁର ତ୍ରିପୁର ଜିଲ୍ଲାକୁ ଯାଇଥିଲେ। ଗତ ୧୧ ତାରିଖରେ ସେ ଘରକୁ ଫେରୁଥିବା ବେଳେ ଟ୍ରକ୍ ଧକ୍କାର ତାଙ୍କର ମୃତ୍ୟୁ ହୋଇଥିବା କୁହାଯାଇଛି। ତେବେ ମୃତ୍ୟୁ ପଛରେ ଅନ୍ୟ କିଛି କାରଣ ଥିବା ସନ୍ଦେହ କରି ତାଙ୍କ ପରିବାରଲୋକେ ବରଗଡ ଏସପିଙ୍କୁ ଭେଟିଥିଲେ। ସେହିପରି ଜିଲ୍ଲାପାଳଙ୍କୁ ଭେଟିବା ପରେ ମୃତକଙ୍କ ପରିବାରକୁ ରେଡକ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କ। ସହାୟତା ରାଶି ପ୍ରଦାନ କରିଥିଲେ। ସେପଟେ ଯୁବକଙ୍କ ମୃତ୍ୟୁର କାରଣ ନେଇ ତଥ୍ୟ ସଂଗ୍ରହ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।