ବ୍ରହ୍ମପୁର: ଆସ୍କା ଚିନିକଳରୁ ନରକଙ୍କାଳ ଉଦ୍ଧାର ମାମଲାରେ ଜଣେ ମହିଳାଙ୍କ ସମେତ ୧୦ଜଣଙ୍କୁ ଗିରଫ କରିଛି ଗଞ୍ଜାମ ପୋଲିସ। ଏପ୍ରିଲ ୧୦ରେ ଆସିକା ଚିନିକଳର ବର୍ଜ୍ୟବସ୍ତୁ ନିଷ୍କାସିତ ହେଉଥିବା ନାଳରୁ ଦୁଇଟି ନର କଙ୍କାଳ ଉଦ୍ଧାର କରାଯାଇଥିଲା। ଉଦ୍ଧାର ହୋଇଥିବା ନରକଙ୍କାଳର ପରିଚୟ ମିଳିଛି ।
ସେମାନେ ହେଲେ କେ.ଶିବଶଙ୍କର ଦୋରା ଏବଂ ତାଙ୍କ ପୁତୁରା ଦିଗାମ୍ବର ଦୋରା ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ସେମାନଙ୍କୁ ହତ୍ୟା କରାଯାଇ ଦୁର୍ବୃତ୍ତମାନେ ଫିଙ୍ଗି ଦେଇଥିବା ପୋଲିସ ସୂଚନା ଦେଇଛି।
ହନୁମାନ ପଇସା କାରବାର ସନେ୍ଦହରେ ସେମାନଙ୍କୁ ହତ୍ୟା କରାଯାଇଥିବା ଗଞ୍ଚାମ ଏସପି କହିଛନ୍ତି।ଘଟଣାରେ ଦୁଇ ମୁଖ୍ୟ ଅଭିଯୁକ୍ତ ଭିକାରୀ ସାହୁ ଏବଂ ସୁନୀଲ ନାହାକଙ୍କୁ ଗିରଫ କରାଯାଇଥିବା ବେଳେ ଏଥିରେ ଆହୁାରୀ ୧୩ ଜଣ ସମ୍ପୃକ୍ତ ଥିବା ପୋଲିସ କହିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Politics
ତାମିଲନାଡୁରେ ନବୀନ: କ’ଣ ଲୁଚାଇବାକୁ ଚାହୁଁଛନ୍ତି ପାଣ୍ଡିଆନ?
ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ବ୍ୟକ୍ତିଗତ ସୁରକ୍ଷାକର୍ମୀଙ୍କ ସହ କୋଏମ୍ବାଟୁର ବିମାନ ବନ୍ଦରରେ ଅବତରଣ କରିଥିବାର ଭିଡିଓ ନାଟକୀୟ ଢଙ୍ଗରେ ଓଡ଼ିଶାର ଗଣମାଧ୍ୟମକୁ ବିତରଣ କରାଯାଇଛି । କିଏ ଓ କାହିଁକି ଏଭଳି କରିଛି ତାହା ଭିନ୍ନ ପ୍ରସଙ୍ଗ ହୋଇଥିବାବେଳେ ଭିଡିଓରେ ନବୀନଙ୍କ ସହ ପାଣ୍ଡିଆନ ମଧ୍ୟ ରହିଥିବା ଦେଖିବାକୁ ମିଳିଛି ।

Politics
ଅଡ଼ୁଆରେ କିସ୍ : ତଦନ୍ତ କରି ଖୋର୍ଦ୍ଧା ଜିଲ୍ଲାପାଳ ଦେବେ କାର୍ଯ୍ୟାନୁଷ୍ଠାନ ରିପୋର୍ଟ
୨୦୧୭ ଜୁଲାଇ ୬ତାରିଖରେ ଜିଲ୍ଲା ଶିଶୁ କଲ୍ୟାଣ କମିଟି(ସିଡବ୍ଲ୍ୟୁସି) ଯେଉଁ ରିପୋର୍ଟ ଓ ସୁପାରିଶ କରିଥିଲେ ତା’ର ଅନୁପାଳନ କାହିଁକି ହୋଇନି ସେ ନେଇ ମଧ୍ୟ ଖୋର୍ଦ୍ଧା ଜିଲ୍ଲାପାଳ ସ୍ପଷ୍ଟୀକରଣ ରଖିବେ ।

Politics
ଆକ୍ସନମୋଡରେ ଏନଏଚଆରସି: କିଟ୍ ଅବହେଳା ପାଇଁ ନେପାଳୀ ଛାତ୍ରୀ କରିଛନ୍ତି ଆତ୍ମହତ୍ୟା, ମୁଖ୍ୟ ସଚିବ-ନାକ୍-ୟୁଜିସିକୁ ମାଗିଲେ କାର୍ଯ୍ୟାନୁଷ୍ଠାନ ରିପୋର୍ଟ
ଆୟୋଗ ମାର୍ଚ୍ଚ ୨୭ତାରିଖରେ ୪ସପ୍ତାହସୁଦ୍ଧା କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ଦେବା ସହ କିଟ୍ କର୍ତ୍ତୃପକ୍ଷଙ୍କ ଅବହେଳା ହିଁ ନେପାଳୀ ଛାତ୍ରୀଙ୍କୁ ଆତ୍ମହତ୍ୟା ନିମନ୍ତେ ପ୍ରରୋଚିତ କରିଥିବା କହିଛନ୍ତି ।

Business
୮ବର୍ଷ ପରେ ବି ଖଣି କମ୍ପାନୀ ଦେଇନାହାନ୍ତି ୨୭୨୦କୋଟି ଟଙ୍କା, ନିଲାମ ହେବ ଆଉ ୨୨ଖଣି
ବେଆଇନ ଖଣି କାରବାରରେ ଲିପ୍ତ ଥାଇ ବର୍ଷବର୍ଷ ଧରି କୋଟିକୋଟି ଟଙ୍କା ଉପାର୍ଜନ କରିଥିବା ଖଣି କମ୍ପାନୀ ଓ ସେମାନଙ୍କର ପ୍ରମୋଟରଙ୍କଠୁ ଆବଶ୍ୟକ ଜୋରିମାନା ଟଙ୍କାକୁ ସୁଧ ସହ ଆଦାୟ କରିବା ନିମନ୍ତେ କାହିଁକି ସରକାର କଠୋର ଆଭିମୁଖ୍ୟ ପୋଷଣ କରୁନାହାନ୍ତି ତାକୁ ନେଇ ପ୍ରଶ୍ନ ଉଠିଛି ।

Politics
ମୁହଁ ଖୋଲୁନାହାନ୍ତି ନବୀନ: ୩ ଦିନ ଡ୍ରାମା ପରେ ବିଜେଡିର ୟୁ-ଟର୍ଣ୍ଣ, ଦମ୍ ଦେଖାଉଛି କଂଗ୍ରେସ
କଂଗ୍ରେସ ଗୁରୁବାର ବିଧାନସଭା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରି ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି କରିବା ସହ ସରକାରଙ୍କ ବିରୁଦ୍ଧରେ ଅସନ୍ତୁଷ୍ଟ ଥିବା ଲୋକଙ୍କୁ ନିଜ ଆଡ଼କୁ ନେବାକୁ ପ୍ରସ୍ତୁତ ରଣନୀତିକୁ ସଫଳ ରୂପ ଦେଇଛି । ମାତ୍ର ବିଜେଡି ଗୁରୁବାର ଅଚାନକ ୟୁ-ଟର୍ଣ୍ଣ ନେଇ ଗୃହ କାର୍ଯ୍ୟରେ ସାମିଲ ହୋଇଛି । ଯଦିଓ ଗୃହ କାର୍ଯ୍ୟ ଆରମ୍ଭ ପୂର୍ବରୁ ବିଧାନସଭା ପରିସରରେ ପୁଲିସର ପ୍ରବେଶକୁ ଆଳ କରି ଗଙ୍ଗା ପାଣି ଛିଞ୍ଚିଥିଲା ।