ଭୁବନେଶ୍ୱର: ଅଢଙ୍ଗଗଡରୁ ଶ୍ରୀକ୍ଷେତ୍ର ଅଭିମୁଖେ ବାହାରିଥିବା ସୁଭଦ୍ରାଙ୍କ ଦାରୁ ଶଗଡି ବିଭିନ୍ନ ସ୍ଥାନରେ ରହି ରହି ଆଗକୁ ଗଡୁଛି। ଗତକାଲି ରାତିରେ ପ୍ରତାପ ନଗରୀରେ ରହିଥିଲା ଦାରୁ ଶଗଡି। ଆଜି ଅପରାହ୍ନ ପ୍ରାୟ ୫ଟା ୨୦ ବେଳେ ଦିବ୍ୟଦାରୁଙ୍କ ଶଗଡ଼ି ପୁଣି ଶ୍ରୀକ୍ଷେତ୍ର ଅଭିମୁଖେ ଯାତ୍ରା ଆରମ୍ଭ କରିଛି। ଆଜି ରାତିରେ ପାଣ୍ଡରା ନିକଟରେ ଦାରୁ ଶଗଡ଼ି ବିଶ୍ରାମ ନେବାର କାର୍ଯ୍ୟକ୍ରମ ରହିଛି। ସଙ୍କୀର୍ତ୍ତନ ସହ ଗଡି ଚାଲିଛି ଦାରୁ ଶଗଡି। ହରିବୋଲ ହୁଳହୁଳି ଧ୍ୱନିରେ ପରିବେଶ ପ୍ରକମ୍ପିତ ହେଉଛି। ରାସ୍ତାର ଉଭୟ ପାର୍ଶ୍ୱରେ ହଜାର ହଜାର ଲୋକଙ୍କ ରୁଣ୍ଡ ହୋଇ ଦାରୁ ଦର୍ଶନ କରୁଛନ୍ତି।
ଗତକାଲି ପ୍ରତାପନଗରୀରେ ଦଇତାପତିମାନେ ରାତ୍ରୀ ଯାପନ କରିଥିଲେ। ଗତକାଲି ସକାଳେ ବିରିବାଟି ତାରିଣୀ ମନ୍ଦିରରେ ରହି ଅପରାହ୍ଣରେ କଟକ ଅଭିମୁଖେ ବାହାରିଥିଲା। ରାସ୍ତାରେ ନୂଆ ଲୁଗା ପକାଇ,ଫୁଲ ଛିଞ୍ଚି,ଚିତା ପକାଇ ସୁଭଦ୍ରାଙ୍କ ଦାରୁଙ୍କୁ ସ୍ୱାଗତ କରିଥିଲେ ଲୋକେ। ଆଉ ଦିନେ କି ଦୁଇ ଦିନ ମଧ୍ୟରେ ସୁଭଦ୍ରାଙ୍କ ଦାରୁ ଶ୍ରୀମନ୍ଦିର କୋଇଲି ବୈକୁଣ୍ଠରେ ପହଞ୍ଚିବା ଆଶା କରଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ଦିର ହୁଣ୍ଡି ଭାଙ୍ଗିଲେ, କଳାକନା ବୁଲାଇଦେଲେ ଲୁଟେରା
ମନ୍ଦିରକୁ ବି ଛାଡ଼ୁ ନାହାନ୍ତି ଲୁଟେରା। ହୁଣ୍ଡି ଭାଙ୍ଗି ଲୁଟିବା ସହ ବୁଲାଇ ଦେଉଛନ୍ତି କଳାକନା।
Crime
ବ୍ରାଉନସୁଗର ନା ମୁଲତାନୀ ମାଟି; ଜବତ ସାମଗ୍ରୀକୁ ନେଇ ପ୍ରବଳ ଉତ୍ତେଜନା
ବ୍ରାଉନସୁଗର ନା ମୁଲତାନୀ ମାଟି। ବ୍ରାଉନସୁଗର ଜବତ କରିବାକୁ ଯାଇଥିବା ଅବକାରୀ ଟିମ୍ ପ୍ରବଳ ହଟହଟା ହୋଇଛି। ମିଛ କେସ୍ରେ ଫସା ଯାଉଥିବା ଅଭିଯୋଗରେ ପରିବାର ଲୋକେ ଅବକାରୀ ଟିମ୍ ଗାଡ଼ି ଚାବି ଅଟକ ରଖିଛନ୍ତି।
Crime
ବାପପୁଅ ପାଲଟିଗଲେ ଜହ୍ଲାଦ; ୪ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ପିଟିଲେ, ଜଣେ ମୃତ
ଚୋରି ସନ୍ଦେହରେ ବାପପୁଅ ପାଲଟିଗଲେ ଜହ୍ଲାଦ । ଘଟାଇଲେ ତାଲବାନୀ ବର୍ବରତା । ଗାଁର କିଛି ଯୁବକଙ୍କୁ ଉଠାଇ ଆଣି ଖୁଣ୍ଟରେ ବାନ୍ଧି ନିଷ୍ଣୁର ପିଟିଲେ। ସେମାନଙ୍କ ଚିତ୍କାର ବି ବାପପୁଅଙ୍କ ମନକୁ ତରଳାଇ ପାରିଲାନି।
Politics
ତାରାଙ୍କ ଚେତାବନୀ- ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ
'ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ । ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ କୋରାପୁଟ ଜିଲ୍ଲା ବନ୍ଦ କରି ଦିଆଯିବ । ଏପରିକି ଆସନ୍ତା ୨୬ରୁ ରାସ୍ତାରୋକ କରିବାକୁ ବି ପଛାଇବୁ ନାହିଁ।’
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।