ବଲାଙ୍ଗିର: ପଶୁର୍ରାମ ଶତପଥୀ ହତ୍ୟା ମାମଲାର ଅନ୍ୟତମ ଦୋଷୀ ଆର୍ତ୍ତତ୍ରାଣ ସିଂଦେଓ ବୁଧବାର ବଲାଙ୍ଗିର ଜିଲ୍ଲା ଓ ଦୌରାଜଜ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି । ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜୀବିତ ୩ ଜଣଙ୍କ ମଧ୍ୟରୁ ପୂର୍ବରୁ ଧୋବେଇ ପୋଢ଼କୁ ବଲାଙ୍ଗିର ପୋଲିସ ଗିରଫ କରିଥିଲା । ଏହି ମାମଲାରେ ଆର୍ତ୍ତତ୍ରାଣ ସିଂଦେଓ ଏବଂ ଅନ୍ୟତମ ଅଭିଯୁକ୍ତ ତଥା ପୂର୍ବତନ ବିଧାୟକ ପ୍ରସନ୍ନ ପାଲଙ୍କୁ ୪ ସପ୍ତାହ ଭିତରେ ତଳ କୋର୍ଟରେ ଆତ୍ମସର୍ମପଣ ଲାଗି ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ । ଏହାସହ ଉଭୟ ଆତ୍ମସର୍ମପଣ ନ କରିବା ଯାଏଁ ସେମାନଙ୍କ ବିରୋଧରେ ଜାମିନ ବିହିନ ଗିରଫ ପରୱାନା ଜାରି ରହିବ ବୋଲି କୋର୍ଟ ତାଙ୍କ ନିର୍ଦ୍ଦେଶରେ ଦର୍ଶାଇଥିଲେ । ଦୀର୍ଘ ୪୧ ବର୍ଷର ଆଇନଗତ ଲଢେ଼ଇ ପରେ ସାମ୍ୱାଦିକ ପଶୁର୍ରାମ ଶତପଥୀ ହତ୍ୟାକାଣ୍ଡର ରାୟ ଦେଇଥିଲେ ହାଇକୋର୍ଟ । ଏଥିରେ ୯ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ହୋଇଥିଲା । ତେବେ ମାମଲାରେ ଏବେ ମାତ୍ର ୩ ଜଣ ଜୀବିତ ଥିବାବେଳେ ଅନ୍ୟମାନଙ୍କ ମୃତ୍ୟୁ ଘଟିସାରିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।