ପୁରୀ: ନବକଳେବର ପୂର୍ବରୁ ଶ୍ରୀମନ୍ଦିର ପରିଚଳନା ନେଇ ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି ପୁରୀ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ। ଆଜି ପୁରୀ ଗୋବର୍ଦ୍ଧନ ପୀଠରେ ଏକ ସାମ୍ୱାଦିକ ସମ୍ମିଳନୀରେ ସେ କହିଛନ୍ତି ଯେ,ଶ୍ରୀମନ୍ଦିର ପରିଚାଳନାରେ ଶାସନତନ୍ତ୍ରର ହସ୍ତକ୍ଷେପ ଅନୁଚିତ। ଶ୍ରୀମନ୍ଦିର ପରିଚାଳନା ପାଇଁ ମୁଖ୍ୟ ପ୍ରଶାସକ ପଦ ବେଆଇନ୍। ଶଙ୍କରାଚାର୍ଯ୍ୟ ପରାମର୍ଶଦାତା ନୁହଁନ୍ତି। ସେ ମାର୍ଗଦର୍ଶକ। ଶ୍ରୀମନ୍ଦିର ପରିଚାଳନା ନେଇ ସରକାର ୧୦ ଦିନ ମଧ୍ୟରେ ନିଜ ସୀମା ନିର୍ଦ୍ଧାରଣ କରି ସେ ସଂପର୍କରେ ସର୍ବସାଧାରଣରେ ପ୍ରକାଶ କରନ୍ତୁ ବୋଲି ଶଙ୍କରାଚାର୍ଯ୍ୟ କହିଛନ୍ତି। ତେବେ ଶଙ୍କରାଚାର୍ଯ୍ୟଙ୍କ ସମାଲୋଚନା ସଂପର୍କରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୁରେଶ ମହାପାତ୍ର।ସେ କହିଛନ୍ତିଯେ, ସ୍ୱତ୍ତ୍ବ ନୀତି ଅନୁସାରେ ଚାଲିଛି ଶ୍ରୀମନ୍ଦିରର ଦୈନଦିନ ରୀତିନୀତି।ରେକର୍ଡସ ଅଫ ରାଇଟ୍ସ ଅନୁସାରେ ଚାଲିଛି ନବକଳେବର ରୀତିନୀତି। ଦୈନଦିନ ରୀତିନୀତିରେ ଶଙ୍କରାଚାର୍ଯ୍ୟଙ୍କ ମତାମତ ଆବଶ୍ୟକ ନାହିଁ। କୌଣସି ଧାର୍ମିକ ଦ୍ୱନ୍ଦ ଆସିଲେ ତାଙ୍କ ପରାମର୍ଶ ନିଆଯିବ ବୋଲି ସେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।