କରୋନା କବଳରେ କନଷ୍ଟେବଲ ସମେତ ୮ କଏଦୀ

କଟକ(ଓଡ଼ିଶା ରିପୋର୍ଟର): କଟକରେ କମିଶନରେଟ୍ ପୁଲିସ୍ ର ଜଣେ‌ କନଷ୍ଟେବଲ କରୋନା ପଜିଟିଭ ଚିହ୍ନଟ ହେବା ପରେ ଚିନ୍ତା ବଢ଼ିଛି । କଟକ ମଙ୍ଗଳାବାଗ ଫାଣ୍ଡିର ଜଣେ କନଷ୍ଟେବଲ ପଜିଟିଭ ଚିହ୍ନଟ ହୋଇଥିବା ନେଇ କଟକ ଡିସିପି ଅଖିଳେଶ୍ୱର ସିଂହଙ୍କ ସୂଚନା ଦେଇଛନ୍ତି । କନଷ୍ଟେବଳଜଣକ କୋରନା ପଜିଟିଭ୍ ଚିହ୍ନଟ ହେବା ପରେ ଆଜି ୫୮ ଜଣ ପୁଲିସ୍‌ କର୍ମଚାରୀଙ୍କର ସ୍ୱାବ୍ ଟେଷ୍ଟ କରାଯିବ । ଏ ନେଇ ଡିସିପି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଅପରପକ୍ଷେ  ଚୌଦ୍ୱାର […]

corona-3.2

corona-3.2

Niharika Rout
  • Published: Friday, 10 July 2020
  • Updated: 10 July 2020, 07:30 AM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): କଟକରେ କମିଶନରେଟ୍ ପୁଲିସ୍ ର ଜଣେ‌ କନଷ୍ଟେବଲ କରୋନା ପଜିଟିଭ ଚିହ୍ନଟ ହେବା ପରେ ଚିନ୍ତା ବଢ଼ିଛି । କଟକ ମଙ୍ଗଳାବାଗ ଫାଣ୍ଡିର ଜଣେ କନଷ୍ଟେବଲ ପଜିଟିଭ ଚିହ୍ନଟ ହୋଇଥିବା ନେଇ କଟକ ଡିସିପି ଅଖିଳେଶ୍ୱର ସିଂହଙ୍କ ସୂଚନା ଦେଇଛନ୍ତି । କନଷ୍ଟେବଳଜଣକ କୋରନା ପଜିଟିଭ୍ ଚିହ୍ନଟ ହେବା ପରେ ଆଜି ୫୮ ଜଣ ପୁଲିସ୍‌ କର୍ମଚାରୀଙ୍କର ସ୍ୱାବ୍ ଟେଷ୍ଟ କରାଯିବ । ଏ ନେଇ ଡିସିପି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ଅପରପକ୍ଷେ  ଚୌଦ୍ୱାର ଜେଲ୍‌ରୁ ୮ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ ଜଣ କଏଦୀ ଏବଂ ୩ ଜଣ ବିଚାରାଧୀନ କଏଦୀ କରୋନା ଆକ୍ରାନ୍ତ ହୋଇଥିବା ଚୌଦ୍ୱାର ଜେଲ୍ ଅଧିକ୍ଷକ ଶୁଭକାନ୍ତ ମିଶ୍ର ସୂଚନା ଦେଇଛନ୍ତି। ସେହିଭଳି SCBରୁ ମଧ୍ୟ ଆଉ ୫ ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ସୂଚନା ଦେଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos