ବସ୍-ଗ୍ୟାସ୍ ଟ୍ୟାଙ୍କର ମୁହାଁମୁହିଁ ଧକ୍କା

ନୟାଗଡ଼(ଓଡ଼ିଶା ରିପୋର୍ଟର): ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ଟାକରା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବସ୍ ଓ ଟ୍ୟାଙ୍କର ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ମୃତ ବ୍ୟକ୍ତି ଜଣଙ୍କ ଟ୍ୟାଙ୍କର ଡ୍ରାଇଭର ବୋଲି ଜଣାପଡ଼ିଛି। ଆଜି ଦିନ ପ୍ରାୟ ୧୨ଟା ସମୟରେ ଓଡ଼ିଶା ପରିବହନ(OSRTC) ବସ୍ ୬୦ଜଣ ଯାତ୍ରୀଙ୍କୁ ନେଇ କଣ୍ଟାମାଳରୁ […]

Accident

Tapaswini Nayak
  • Published: Saturday, 02 April 2022
  • , Updated: 02 April 2022, 01:27 PM IST

ନୟାଗଡ଼(ଓଡ଼ିଶା ରିପୋର୍ଟର): ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ଟାକରା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବସ୍ ଓ ଟ୍ୟାଙ୍କର ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ମୃତ ବ୍ୟକ୍ତି ଜଣଙ୍କ ଟ୍ୟାଙ୍କର ଡ୍ରାଇଭର ବୋଲି ଜଣାପଡ଼ିଛି।

ଆଜି ଦିନ ପ୍ରାୟ ୧୨ଟା ସମୟରେ ଓଡ଼ିଶା ପରିବହନ(OSRTC) ବସ୍ ୬୦ଜଣ ଯାତ୍ରୀଙ୍କୁ ନେଇ କଣ୍ଟାମାଳରୁ ଜଟଣୀ ଅଭିମୁଖେ ଆସୁଥିଲା। ଟାକରା ଘାଟିରେ ନିକଟରେ ବିପରୀତ ଦିଗ ଆଡ଼ୁ ଆସୁଥିବା ଗ୍ୟାସ ଟ୍ୟାଙ୍କର ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଟ୍ୟାଙ୍କର ଡ୍ରାଇଭରର ମୃତ୍ୟୁ ଘଟିଥିବା ବେଳେ ବସ୍‌ ଡ୍ରାଇଭର ଗାଡ଼ି ଚକା ତଳେ ଚାପି ହୋଇଯାଇଥିଲେ। ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରିଥିଲେ। ତାଙ୍କ ଅବସ୍ଥା ଗୁରୁତର ରହିଛି। ବସ୍ ଡ୍ରାଇଭର ସମେତ ଅନ୍ୟ ଆହତ ଯାତ୍ରୀମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାର ତଦନ୍ତ କରୁଛି।

Related story