ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁଣି ଜଣେ ଅଧିକାରୀଙ୍କ ଘରେ ପଶିଛି ଭିଜିଲାନ୍ସ। ଏଥର ଭିଜିଲାନ୍ସ ସ୍କାନରରେ ପଡ଼ିଥିବା ଅଧିକାରୀଜଣକ ହେଉଛନ୍ତି ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗର ଭୁବନେଶ୍ୱର ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନିହାର ରଞ୍ଜନ ଦାସ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକ ସଙ୍ଗରେ ଖୋର୍ଦ୍ଧା, ସମ୍ବଲପୁର ଓ ବରଗ଼ଡ଼ ଜିଲ୍ଲାର ୬ଟି ସ୍ଥାନରେ ଚଢ଼ଉ କରାଯାଉଛି ।
ଭୁବନେଶ୍ୱର ଖାରବେଳନଗରର ଶ୍ରୀରାମ ମାନସନରେ ଥିବା ଫ୍ଲାଟ, ଖାରବେଳନଗରରେ ଥିବା ସଂପର୍କୀୟଙ୍କ ଘର, ଖୋର୍ଦ୍ଧା ସାନପଲରେ ଥିବା ସଂପର୍କୀୟଙ୍କ ଘର, ସମ୍ବଲପୁର ମୁଦିପଡ଼ାର ପୈତୃକ ବାସଭବନ, ବରଗଡ଼ରେ ଥିବା ନିଜ ଘର ଓ ଭୁବନେଶ୍ୱର ଅଫିସରେ ଏକ ସଙ୍ଗରେ ଚଢ଼ଉ ଜାରି ରହିଛି । ଚଢ଼ଉରେ ୫ ଜଣ ଡିଏସ୍ପି, ୧୨ ଜଣ ଇନ୍ସପେକ୍ଟର, ଜଣେ ଇନ୍ସପେକ୍ଟର ଓ ୧୧ ଜଣ ଏଏସ୍ଆଇ ଏବଂ ଅନ୍ୟ କର୍ମଚାରୀମାନେ ସାମିଲ ହୋଇଛନ୍ତି ।
ତେବେ ଚଢ଼ଉ ଜାରି ରହିଥିବାରୁ ଠାବ ହୋଇଥିବା ସମ୍ପତ୍ତି ସମ୍ପର୍କରେ ସବିଷେଶ ତଥ୍ୟ ମିଳିପାରିନି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।