ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିରର ଜଣେ ସେବାୟତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରଥଯାତ୍ରା ପୂର୍ବରୁ ଆକ୍ରାନ୍ତଙ୍କୁ କୋଭିଡ୍ ହସ୍ପିଟାଲକୁ ପଠାଯାଇଛି। ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ସହ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ କରାଯାଇଛି। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ଗତକାଲି ୧୧୪୩ ସେବାୟତଙ୍କ କରୋନା ଟେଷ୍ଟ ହୋଇଥିଲା। ଜଣଙ୍କୁ ଛାଡ଼ି ବାକି ୧୧୪୨ ଜଣଙ୍କ ରିପୋର୍ଟ ନେଗେଟିଭ ଆସିଛି।
ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ୩୦୩କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ୩୭୨୦ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ୧୫୬୨ ଜଣ ଚିକିତ୍ସାଧୀନ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
୭ ଦିନ ହେଲା ମଣ୍ଡିରେ ପଡିଛି ଧାନ, ନେବାକୁ କେହି ଆସୁନାହାନ୍ତି
ରେଢାଖୋଲ ବ୍ଲକ୍ରେ ରହିଛି ବଡମାଲ ଧାନ ମଣ୍ଡି। ଏଠାରେ ଧାନ ବିକିବା ପାଇଁ ୨୭ ଜଣ ଚାଷୀ ଆଜିକୁ ୭ ଦିନ ତଳେ ପ୍ରାୟ ୩୧୦୦ କ୍ୱିଣ୍ଟାଲ୍ ଧାନ ଧରି ଆସିଥିଲେ। ହେଲେ ଆଜି ପର୍ଯ୍ୟନ୍ତ ଧାନ କିଣିବା ପାଇଁ ନିୟୋଜିତ ମିଲରଙ୍କ ଦେଖା ଦର୍ଶନନାହିଁ।
Miscellaneous
ପୁଲିସ୍ ଡ୍ରାଇଭର ନିଯୁକ୍ତିରେ ସର୍ବାଧିକ ବୟସସୀମା କୋହଳ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ଗତ ଅକ୍ଟୋବର ୭ ତାରିଖରେ ଓଡ଼ିଶା ପୁଲିସରେ ୪୦୫ଟି ଡ୍ରାଇଭର ପଦରେ ନିଯୁକ୍ତି ପାଇଁ ପୁଲିସ ସିଲେକ୍ସନ ବୋର୍ଡ଼ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।
Crime
ଅବସରପ୍ରାପ୍ତ ପ୍ରଧାନଶିକ୍ଷକଙ୍କଠାରୁ ଲାଞ୍ଚ ନେଇ ଧରାପଡ଼ିଲେ ସେକ୍ସନ ଅଫିସର
ପେନସନ କାମ କରାଇ ଦେବାକୁ ଲାଞ୍ଚ ମାଗିଥିଲେ ସେକ୍ସନ ଅଫିସର।
Accident
ମଦ ନିଶାରେ ଘର ଭାବି ଶୋରିଷ ବାଡ଼ିରେ ଶୋଇଥିଲେ! ତା’ପରେ...
କାଞ୍ଜିପାଣି ଥାନା ଗୁପ୍ତଗଙ୍ଗା ଗାଁର ବାଣେଶ୍ୱର ଯୁଆଙ୍ଗ ସୋମବାର ମଧ୍ୟାହ୍ନରେ ସାଙ୍ଗମାନଙ୍କ ସହିତ ମହାକୁଡ଼ ସାହିକୁ ଯାଇଥିଲେ। ସେଠାରେ ସମସ୍ତେ ମଦ ପିଇଥିବା ଅଭିଯୋଗ ହୋଇଥିଲା। ମଦ ପିଇବା ପରେ ସାଙ୍ଗମାନେ ନିଜ ନିଜ ରାସ୍ତାରେ ପଳାଇଗଲେ।
Miscellaneous
ଝାରଖଣ୍ଡରେ ଜିନତ, କୁଲଡିହାରେ ଯମୁନା
ଯମୁନାର ବୟସ ବହୁତ କମ୍। ତା’ର ବୟସ୍ ୨ ବର୍ଷରୁ କମ୍ ହେବ। ସିଏ ମଧ୍ୟ ତଡବା ଜଙ୍ଗଲରୁ ଆସିଛି। ତଡ଼ବା ଜଙ୍ଗଲରେ ବହୁତ ଖୋଲା ଜାଗା ରହିଛି। ଶିମିଳିପାଳକୁ ଆସିବା ପରେ ସିଏ ନିଜ ପାଇଁ ଅଞ୍ଚଳ ତିଆରି କରୁଛି। ତେଣୁ ଯମୁନା କୁଲଡିହା ପଳାଇ ଯାଇଛନ୍ତି।