୧୦ଟି ଜିଲ୍ଲାରେ ପ୍ରବଳ ବର୍ଷିବ, ସତର୍କ ସୂଚନା ଜାରି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଗାମୀ ୨୪ ଘଣ୍ଟାରେ ରାଜ୍ୟର ୧୦ଟି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ୧୦ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଏହି ୧୦ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ମଧ୍ୟରେ ରଖାଯାଇଛି। ଏହି ୧୦ଟି ଜିଲ୍ଲା ହେଉଛି- ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର । ଭୁବନେଶ୍ୱର ସ୍ଥିତ […]

rain

Tapaswini Nayak
  • Published: Saturday, 28 August 2021
  • , Updated: 28 August 2021, 02:53 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଗାମୀ ୨୪ ଘଣ୍ଟାରେ ରାଜ୍ୟର ୧୦ଟି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ୧୦ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଏହି ୧୦ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ମଧ୍ୟରେ ରଖାଯାଇଛି।

ଏହି ୧୦ଟି ଜିଲ୍ଲା ହେଉଛି- ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ।

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି କୁହାଯାଇଛି- ଆଗାମୀ ୨୪ ଘଣ୍ଟା ମଧ୍ୟରେ ସକ୍ରିୟ ଲଘୁଚାପ ପ୍ରଭାବରେ  ୧୦ଟି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ଏହା ପୂର୍ବରୁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଥିଲା ଯେ ଆଗାମୀ ୨ରୁ୩ ଦିନ ଯାଏଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ୩୦ ଏବଂ ୩୧ ତାରିଖ ଆଡ଼କୁ ବର୍ଷାର ପରିମାଣ ସାମାନ୍ୟ କମିପାରେ।

 

 

 

 

Related story