ସମ୍ୱଲପୁର(ସଞ୍ଜୟ ଜେନା) :ଆଜି ହୀରାକୁଦ ଡ୍ୟାମର ୧୦ ଟି ଗେଟ୍ ବନ୍ଦ କରି ଦିଆଯାଇଛି। ଏବେ ଆଉ ୧୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିବା ଡ୍ୟାମ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।
ଗତକାଲି ପ୍ରଥମେ ଡ୍ୟାମର ଦୁଇଟି ଗେଟ୍ ଖୋଲାଯାଇଥିବା ବେଳେ ପର୍ଯ୍ୟାୟ କ୍ରମେ ଆଉ ୧୬ଟି ଗେଟ ଖୋଲାଯାଇଥିଲା। ଏହାପରେ ସନ୍ଧ୍ୟାରେ ଆଉ ୪ଟି ଗେଟ୍ ଖୋଲାଯାଇଥିଲା। ତେବେ ଗତ ବୁଧବାର ଦିନ ସାଢ଼େ ଏଗାରଟା ବେଳେ ହୀରାକୁଦ ଡ୍ୟାମର ଗୋଟିଏ ଗେଟ୍ ଖୋଲା ଯାଇଥିଲା। ଏହି ଗେଟ୍ ଦ୍ୱାରା ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯାଇଥିଲା। ହେଲେ ଉକ୍ତ ଦିନ ଅପରାହ୍ନ ୨ଟା ପରେ ଏହାକୁ ବନ୍ଦ କରି ଦିଆଯାଇଥିଲା।
ଚଳିତ ଥର ହୀରାକୁଦ ପାଣି ଛଡ଼ା ହେବା ଦ୍ୱାରା ବନ୍ୟାର କୌଣସି ଆଶଙ୍କା ଦେଖାଯାଇ ନାହିଁ । ହେଲେ ନଦୀ କୂଳବର୍ତ୍ତୀ ଜିଲାର ଜିଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ସହ ପର୍ଯ୍ୟାପ୍ତ ପରିମାଣର ରିଲିଫ୍ ସାମଗ୍ରୀ ମହଜୁଦ ରଖିବାକୁ ସେମାନଙ୍କୁ କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବନ୍ଧାହେଲେ ଡାକ୍ତର
ରେଡ୍ ବେଳେ ଆଶୋକଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ମହାଧୂର୍ତ୍ତ ଡେପୁଟି ଜେନେରାଲ୍ ମ୍ୟାନେଜର୍; ପଡ଼ୋଶୀ ଛାତରୁ ମିଳିଲା ବିଡ଼ା ବିଡ଼ା ନୋଟ୍
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।