ଗଛରେ ପିଟି ହୋଇ ଓଲଟି ପଡ଼ିଲା ବସ୍‌

ବୌଦ୍ଧ (ଓଡ଼ିଶା ରିପୋର୍ଟର): ବୌଦ୍ଧ ଜିଲ୍ଲା ଜହ୍ନାପଙ୍କ ଛକ ନିକଟରେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିବାରୁ ୧୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତଙ୍କୁ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ଶୁକ୍ରବାର ରାତି ପ୍ରାୟ ତିନିଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ‘ଚକାଡ଼ୋଳା’ ନାମକ ଏହି ଘରୋଇ ବସ୍‌ଟି ଜୟପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ରାସ୍ତାକଡ଼ରେ ଏକ ଗଛରେ […]

bus2

Jyoshna Pradhan
  • Published: Saturday, 07 December 2019
  • , Updated: 07 December 2019, 10:15 AM IST

ବୌଦ୍ଧ (ଓଡ଼ିଶା ରିପୋର୍ଟର): ବୌଦ୍ଧ ଜିଲ୍ଲା ଜହ୍ନାପଙ୍କ ଛକ ନିକଟରେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିବାରୁ ୧୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତଙ୍କୁ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ, ଶୁକ୍ରବାର ରାତି ପ୍ରାୟ ତିନିଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ‘ଚକାଡ଼ୋଳା’ ନାମକ ଏହି ଘରୋଇ ବସ୍‌ଟି ଜୟପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ରାସ୍ତାକଡ଼ରେ ଏକ ଗଛରେ ପିଟି ହୋଇଯାଇଥିଲା। ଗଛରେ ପିଟି ହେବା ପରେ ବସ୍‌ଟି ଓଲଟି ପଡ଼ିଥିଲା। ଆହତମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅନ୍ୟପକ୍ଷରେ ଦୁର୍ଘଟଣା ପରେ ବସ୍ ଡ୍ରାଇଭର୍ ଓ କଣ୍ଡକ୍ଟର ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।

Related story