ଭଦ୍ରକ (ପାର୍ଥ ସାରଥୀ ନାୟକ): ଭଦ୍ରକ ଜିଲ୍ଲା ତିହିଡ଼ି ବ୍ଲକରେ ଆଜି ଜଣେ ଗ୍ୟାସ୍ ଏଜେନ୍ସି କର୍ମଚାରୀଙ୍କ ନିକଟରୁ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଲୁଟ୍ ହୋଇଛି। କର୍ମଚାରୀଜଣକ ବ୍ୟାଙ୍କକୁ ଟଙ୍କା ଡିପୋଜିଟ୍ କରିବାକୁ ଯାଉଥିବା ବେଳେ ଆକ୍ରମଣର ଶିକାର ହୋଇଛନ୍ତି। ପୁଲିସ୍ ଘଟଣାର ଖୋଳତାଡ଼ ଆରମ୍ଭ କରିଛି।
ତିହିଡ଼ି ଥାନାରେ ହୋଇଥିବା ଅଭିଯୋଗ ଅନୁଯାୟୀ, ପାଳିଆବିନ୍ଧା ରାଉତ ଗ୍ରାମୀଣ ଗ୍ୟାସ ଏଜେନ୍ସିର କର୍ମଚାରୀ ପ୍ରମୋଦ ଭଞ୍ଜ ୧୦ଲକ୍ଷ ୮୦ ହଜାର ଟଙ୍କା ଡିପୋଜିଟ୍ କରିବାକୁ ଆଜି ତିହିଡିସ୍ଥିତ ୟୁକୋ ବ୍ୟାଙ୍କ୍କୁ ଯାଉଥିଲେ। ଜିଝାରପୁର ରେଳ ଲାଇନ ନିକଟରେ ୩ ଜଣ ଦୁର୍ବୃତ୍ତ ଏକ ନମ୍ବର ପ୍ଲେଟ ନଥିବା ବାଇକ୍ରେ ପଛରୁ ଦ୍ରୁତ ଗତିରେ ଆସି ପ୍ରମୋଦଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହା ପରେ ତାଙ୍କ ହାତରୁ ବ୍ୟାଗ୍ଟି ଖସି ପଡ଼ିବାରୁ ଦୁର୍ବୃତ୍ତମାନେ ତାକୁ ନେଇ ଫେରାର ହୋଇଯାଇଥିଲେ।
ସ୍ଥାନୀୟ ଲୋକେ ପ୍ରମୋଦଙ୍କୁ ଉଦ୍ଧାର କରି ତିହିଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ପ୍ରମୋଦ ଘଟଣା ସଂପର୍କରେ ତିହିଡ଼ି ଥାନାରେ ଅଭିଯୋଗ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଲୁଟ୍ରେ ଯାଇଥିଲା ମହିଳାଙ୍କ ଜୀବନ; ୧୨ ଦିନ ପରେ ଝାରଖଣ୍ଡରୁ ଧରାପଡ଼ିଲା ଲୁଟେରା
ଏୟାଫିଲ୍ଡ ଥାନା ଲବଣଗିରି ଛକରେ ରାସ୍ତା ଶୂନ୍ଶାନ ଦେଖି ୟୁ.ବିଷ୍ଣୁ ପାତ୍ରଙ୍କ ବେକରେ ପଡ଼ିଥିବା ସୁନା ଚେନ୍ ଝାମ୍ପି ନେବାକୁ ଉଦ୍ୟମ କରିଥିଲେ ରାଜା। ହେଲେ ୟୁ.ବିଷ୍ଣୁ ପାତ୍ର ବାଇକ୍ରୁ ପଡ଼ି ଯାଇଥିଲେ।
Crime
ଶ୍ୱଶୁର ଘର ଆଗରେ ଯୌତୁକ ସାମଗ୍ରୀ ପୋଡ଼ିଦେଲେ ଜ୍ୱାଇଁ
ଯୌତୁକରେ ଆପାଚି ଗାଡ଼ି ଓ ନଗଦ ଟଙ୍କା ଦାବି କରିଥିଲେ ବିଜୟ। ହେଲେ ଏଥିରେ ମମତା ରାଜି ନହେବାରୁ ଆରମ୍ଭ ହୋଇଥିଲା ନାନା ନିର୍ଯାତନ। ଅଭିଯୋଗ ଅନୁସାରେ ମମତାଙ୍କୁ ତାଙ୍କ ସ୍ୱାମୀ ବିଜୟ ଓ ଶାଶୁ ମାଡ଼ ମାରୁଥିଲେ। ଯୌତୁକ ଆଣିବା ପାଇଁ ବାଧ୍ୟ କରୁଥିଲେ।
Accident
ଗଛରେ ପିଟିହେଲା ପିକ୍ଅପ୍; ୨ ଜଣଙ୍କ ମୃତ୍ୟୁ
ଆଜି ଅପରାହ୍ନ ପ୍ରାୟ ସାଢ଼େ୨ଟା ହେବ। ପାଟଣାଗଡ଼ରୁ ପଦ୍ମପୁର ଅଭିମୁଖେ ଯାଉଥିବା ଏକ ଦ୍ରୁତଗାମୀ ପିକ୍ଅପ୍ ଭ୍ୟାନ୍ଟି ପଢେଲ ଗାଁ ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଗଛରେ ପିଟି ହୋଇଯାଇଥିଲା।
Guest Column
ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଭୂମି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ବନ୍ଧୁଗଣ! ଓଡ଼ିଶାର ସନ୍ଥ କବି ଭୀମ ଭୋଇ କହିଥିଲେ, ମୋ ଜୀବନ ପଛେ ନର୍କେ ପଡ଼ିଥାଉ, ଜଗତ ଉଦ୍ଧାର ହେଉ। ଏହାର ଭାବାର୍ଥ ହେଉଛି ଯେ ମୋତେ ଯେତେ ଯନ୍ତ୍ରଣା ସହିବାକୁ ପଡ଼ୁ ପଛେ...କିନ୍ତୁ ଦୁନିଆକୁ ରକ୍ଷା କରାଯାଉ। ଏହା ମଧ୍ୟ ଓଡ଼ିଶାର ସଂସ୍କୃତି। ଓଡ଼ିଶା ସମଗ୍ର ଦେଶ ତଥା ସମଗ୍ର ମାନବ ସମାଜର ସେବା କରୁଛି।