ଯାଜପୁର (ଗୁଲାମ୍ ଗସ୍): ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥରେ ଏକ ବରଯାତ୍ରୀ ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୧୦ରୁ ଊର୍ଦ୍ଧ୍ଵ ବରଯାତ୍ରୀ ଆହତ ହୋଇଛନ୍ତି।
ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଧର୍ମଶାଳା ଓ ବଡ଼ଚଣା ଡାକ୍ତରଖାନାରେ ଭର୍ତ୍ତି କରିଛି।
ଛତିଆ ଅଞ୍ଚଳରୁ ବରଯାତ୍ରୀଙ୍କୁ ନେଇ ଏକ ବସ ସୁକିନ୍ଦାକୁ ଯାଉଥିବା ବେଳେ ଟ୍ରକ ସହିତ ଧକ୍କା ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Guest Column
ଏକ ରାଜନୈତିକ ବିପର୍ଯ୍ୟୟ ଓ ଉତ୍ତୀର୍ଣ୍ଣ ହେବାର ସଂକଳ୍ପ
କେବଳ ଗୋଟିଏ ବିକଳ୍ପ ଭାବେ ଅନ୍ୟ ଏକ ରାଜନୈତିକ ଦଳ ମୁଣ୍ଡ ଟେକି ଉଠିଲେ ହୁଏତ ବିଜେଡିର ବିଦ୍ରୋହୀମାନେ ସେଥିରେ ସାମିଲ ହୋଇ ଆଗକୁ ପାଦ ବଢ଼ାଇବାର ବିଚାର କରିପାରନ୍ତେ।

Politics
ବିଜେଡି କାହାର: ପାଣ୍ଡିଆନ-ବବିଙ୍କ ପାଖରେ ଦଳୀୟ ପାଣ୍ଠି , ଆକ୍ସନ ନେବାକୁ ନବୀନ ଅକ୍ଷମ
ବିଜେଡି ଏବେ କାହାର ଓ କାହା ନିୟନ୍ତ୍ରଣରେ ଅଛି? ନବୀନ ପଟ୍ଟନାୟକଙ୍କ ବର୍ତ୍ତମାନର ଆଭିମୁଖ୍ୟ ଓ ଅସହାୟତାକୁ ଦେଖିବା ପରେ ଏଭଳି ପ୍ରଶ୍ନ ଉଠିବା ସ୍ୱାଭାବିକ ।

Politics
ବିଚରା ନବୀନ, ଅସହାୟତା ଜଳଜଳ: ପାଣ୍ଡିଆନଙ୍କ ପାଇଁ ମାମଲାତି କଲେ ୪ ସାଂସଦ, ଅସ୍ଥିରତା ପଛରେ ବବି
ନବୀନ ନିବାସରେ ସୋମବାର ‘ପାଣ୍ଡିଆନ ଗୋ-ବ୍ୟାକ୍’ ନାରା ଦେବା ପରେ ଚିହିଁକି ଉଠିଛନ୍ତି ଦଳର ୪ଜଣ ରାଜ୍ୟସଭା ସାଂସଦ।

Guest Column
ବିଶ୍ୱବିଦ୍ୟାଳୟ ସ୍ୱାୟତ୍ତତାରେ ରହିଛି ଉତ୍କର୍ଷ ସମ୍ଭାବନା
୨୦୨୫-୨୬ ବଜେଟ ଅଧିବେଶନର ୨୫ଶ ଦିବସରେ ଦୀର୍ଘ ସାଢେ ୧୨ ଘଣ୍ଟାର ପୁଙ୍ଖାନୁପୁଙ୍ଖ ଆଲୋଚନା ପରେ ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ବିଧେୟକ ୨୦୨୪ ପାରିତ ହେବା ଯୁଗାନ୍ତକାରୀ। ପ୍ରାୟ ଦୁଇ ଦଶନ୍ଧି ପରେ ରାତି ତମାମ ସରଗରମ ଆଲୋଚନା କରାଗଲା। ଅପରାହ୍ନ ୪ରୁ ଭୋର ୪ଟା ୨୯ ପର୍ଯ୍ୟନ୍ତ ଜୋରଦାର ଆଲୋଚନା ପରେ ବିଶ୍ୱବିଦ୍ୟାଳୟ ସଂଶୋଧନ ବିଧେୟକ ୨୦୨୪ ପାରିତ ହେବା ଏକ ଭଲ ପଦକ୍ଷେପ।

Politics
ପାଣ୍ଡିଆନ ଚାହୁଁଛନ୍ତି କି ବିଜେଡି ବିଭାଜନ: ସୁଜାତାଙ୍କ ଏଣ୍ଟ୍ରି ପାଇଁ ‘ଡିଲ୍’ , ସସ୍ମିତ-ପ୍ରତାପ ମୋହରା
ବିଜେଡି ସୂତ୍ର ଅନୁସାରେ, ନବୀନଙ୍କ ଉତ୍ତରାଧିକାରୀ ଭାବେ ବିଜୁ ପଟ୍ଟନାୟକଙ୍କ ପରିବାରର କୌଣସି ସଦସ୍ୟ ଆସିବା ପାଇଁ ଅନିଚ୍ଛା ପ୍ରକାଶ କରିବା ପରେ ସୁଚିନ୍ତିତ ଢଙ୍ଗରେ ସୁଜାତାଙ୍କୁ ଆଗକୁ ଆଣିବାର ବ୍ୟବସ୍ଥା ହୋଇଛି । ନବେ ଦଶକରେ ନବୀନଙ୍କ ରାଜନୀତିକ ଏଂଟ୍ରି ପାଇଁ ଯେଭଳି ‘ଡିଲ୍’ ହୋଇଥିଲା ଅନୁରୂପ ‘ଡିଲ୍’ ସୁଜାତାଙ୍କ ରାଜନୀତିକ ଏଂଟ୍ରି ନିମନ୍ତେ କରାଯାଇଥିବା ଚର୍ଚ୍ଚା ।