ଓଲଟି ପଡ଼ିଲା ବସ୍‌

ଅନୁଗୋଳ(ଓଡ଼ଶା ରିପୋର୍ଟର): ଅନୁଗୋଳ ଜିଲ୍ଲା ଜରପଡ଼ା ଥାନା ଅନ୍ତର୍ଗତ ତୁବେ ନିକଟରେ ୫୫ ନମ୍ବର ଜାତୀୟ ରାଜପଥରେ ଏକ ଘରୋଇ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ରାତି ପ୍ରାୟ ୩ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଏଥିରେ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଜରପଡ଼ା ଥାନା ପୁଲିସ୍‌ ସ୍ଥାନୀୟ ଲୋକଙ୍କ ସହାୟତାରେ ବସ୍‌ ଭିତରୁ ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲା। ଏହାପରେ ସେମାନଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ବସ୍‌ଟି ସମ୍ବଲପୁରରୁ ଭୁବନେଶ୍ୱର ଯାଉଥିଲା। […]

bus

Jitendra Garnayak
  • Published: Thursday, 04 October 2018
  • , Updated: 04 October 2018, 11:10 AM IST

ଅନୁଗୋଳ(ଓଡ଼ଶା ରିପୋର୍ଟର): ଅନୁଗୋଳ ଜିଲ୍ଲା ଜରପଡ଼ା ଥାନା ଅନ୍ତର୍ଗତ ତୁବେ ନିକଟରେ ୫୫ ନମ୍ବର ଜାତୀୟ ରାଜପଥରେ ଏକ ଘରୋଇ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଛି।

ରାତି ପ୍ରାୟ ୩ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଏଥିରେ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି।

ଜରପଡ଼ା ଥାନା ପୁଲିସ୍‌ ସ୍ଥାନୀୟ ଲୋକଙ୍କ ସହାୟତାରେ ବସ୍‌ ଭିତରୁ ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲା। ଏହାପରେ ସେମାନଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

ବସ୍‌ଟି ସମ୍ବଲପୁରରୁ ଭୁବନେଶ୍ୱର ଯାଉଥିଲା।

ଏନେଇ ପୁଲିସ୍‌ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଏଥିସହ ପୁଲିସ୍‌ ବସ୍‌କୁ ଜବତ କରିଛି।

Related story