ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୧୦ ଆହତ

ଚାନ୍ଦବାଲି (ବାସୁଦେବ ଦାସ): ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ରାମପଲ୍ଲୀ ଗାଁରେ ପୂର୍ବ ବିବାଦକୁ କେନ୍ଦ୍ରକରି ଗତକାଲି ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହେବାରୁ ୧୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗାଁରେ ଏକ ରାସ୍ତା କାମକୁ ନେଇ ପୂର୍ବରୁ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଲାଗି ରହିଥିଲା। ଏହି ବିବାଦ ସମାଧାନ ହୋଇ ନ ଥିବା ବେଳେ ଗାଁକୁ ଆସିଥିବା ଆଉ ଏକ କାମକୁ ନେଇ […]

Police Station

Police Station

Jitendra Garnayak
  • Published: Sunday, 18 September 2022
  • Updated: 18 September 2022, 01:49 PM IST

Sports

Latest News

ଚାନ୍ଦବାଲି (ବାସୁଦେବ ଦାସ): ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ରାମପଲ୍ଲୀ ଗାଁରେ ପୂର୍ବ ବିବାଦକୁ କେନ୍ଦ୍ରକରି ଗତକାଲି ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହେବାରୁ ୧୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ଗାଁରେ ଏକ ରାସ୍ତା କାମକୁ ନେଇ ପୂର୍ବରୁ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଲାଗି ରହିଥିଲା। ଏହି ବିବାଦ ସମାଧାନ ହୋଇ ନ ଥିବା ବେଳେ ଗାଁକୁ ଆସିଥିବା ଆଉ ଏକ କାମକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଆରମ୍ଭ ହୋଇଯାଇଥିଲା। ଏହାକୁ ନେଇ ଗତକାଲି ସନ୍ଧ୍ୟାରେ ଦୁଇ ଗୋଷ୍ଠୀ ମଧ୍ୟରେ କଥା କଟାକଟି ହୋଇଥିଲା। ପରେ ରାତି ପାଖାପାଖି ୧୧ଟା ବେଳେ ଦୁଇଗୋଷ୍ଠୀ ମଧ୍ୟରେ ମାରପିଟ ହୋଇଥିଲା। ବାଡ଼ି, ଠେଙ୍ଗା ଓ ଶାବଳ ଦୁଇ ଗୋଷ୍ଠୀ ପରସ୍ପରକୁ ଆକ୍ରମଣ କରିଥିଲେ। ଫଳରେ ୪ ମହିଳାଙ୍କ ସମେତ ୧୦ ଜଣ ଆହତ ହୋଇଛନ୍ତି। କାହାର ମୁଣ୍ଡ ଫାଟିଛି ତ କାହାର ହାତ ଭାଙ୍ଗିଛି।

ଆହତମାନଙ୍କୁ ତୁରନ୍ତ ଚାନ୍ଦବାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ତେବେ ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କ ମଧ୍ୟରୁ ୫ ଜଣଙ୍କୁ ଭଦ୍ରକ ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। ଘଟଣାସ୍ଥଳରେ ଚାନ୍ଦବାଲି ଏସ୍‌ଡିପିଓ ଓ ଆଇଆଇସି ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଗାଁରେ ପୁଲିସ୍ ମୁତୟନ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos