ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରର ଏକ ଡୁପ୍ଲେକ୍ସରେ ଚାଲିଥିବା ଗଞ୍ଜେଇ କାରବାରର ପର୍ଦ୍ଦାଫାସ କରିଛି ଅବକାରୀ ବିଭାଗ। କୋଳଥିଆ ନିକଟ ଏକ ଡୁପ୍ଲେକ୍ସରେ ଅବକାରୀ ବିଭାଗ ଚଢ଼ଉ କରି ୧୦ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରିଛି। ଏଥିସହ ଏହି ଘଟଣାରେ ଜଣଙ୍କୁ ଗିରଫ କରିଛି।
ଗିରଫ ବ୍ୟକ୍ତି ଜଣଙ୍କ ହେଉଛନ୍ତି ବାଲେଶ୍ୱର ଜିଲ୍ଲାର ସୁବଳ ସାମନ୍ତରାୟ।
ସୁବଳ ଜଣେ ଆନ୍ତଃରାଜ୍ୟ ଗଞ୍ଜେଇ ମାଫିଆ ବୋଲି ଜଣାପଡ଼ିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୫୦ ଲକ୍ଷ ଟଙ୍କା ହେବ। ବାହାର ରାଜ୍ୟକୁ ଗଞ୍ଜେଇ ଚାଲାଣ ଲାଗି ଆସିଥିବା ଜଣାପଡ଼ିଛି।
ଏନେଇ ଅଭିଯୁକ୍ତ ସୁବଳ ସାମନ୍ତରାୟ କହିଛନ୍ତି,“ ଗତ ୬ ମାସ ହେଲା ମୁଁ ଗଞ୍ଜେଇ ବ୍ୟବସାୟ କରୁଛି। ଗଜପତିରୁ ଗଞ୍ଜେଇ ଆଣି ଲୋକେ ମୋତେ ଦିଅନ୍ତି। ମୁଁ ବିକ୍ରି କରେ। ବାହାର ରାଜ୍ୟରୁ ଲୋକେ ଆସି ଗଞ୍ଜେଇ ନେଇ ଯାଆନ୍ତି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।