ଢେଙ୍କନାଳ(ରାଜଶ୍ରୀ ଶତପଥୀ): ଢେଙ୍କାନାଳ ସହରର ଗୋବିନ୍ଦପୁରସ୍ଥିତ କଳ୍ପତରୁ ଆଶ୍ରମରୁ ଜଣେ ୧୦ ବର୍ଷର ଛାତ୍ର ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ଛୋଟୁ ରୋହିତ ଦାସ। ତାଙ୍କ ଘର ରାଜଗାଙ୍ଗପୁରର ଗଡ଼ପୋଷ ଅଞ୍ଚଳରେ ବୋଲି ଜଣାପଡ଼ିଛି। ଗତକାଲି ଏନେଇ ଛାତ୍ରଙ୍କ ପରିବାର ପକ୍ଷରୁ ସଦର ଥାନାରେ ଅଭିଯୋଗ କରାଯାଇଛି। ପୁଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।
ଛୋଟୁ କିଛି ବର୍ଷ ହେବ ଆଶ୍ରମରେ ରହୁଥିଲେ। ତେବେ ବୁଧବାରଠାରୁ ସେ ଆଶ୍ରମରେ ନ ଥିବା ଜଣାପଡିଥିଲା। ଛୋଟୁ ନିଖୋଜ ଘଟଣା ଜଣାପଡିବା ପରେ ଆଶ୍ରମର ପରିଚାଳକ ବାବା ମୁରାରୀ ଦାସ ଫେରାର ହୋଇଯାଇଛନ୍ତି।
ବାବା ଦୀର୍ଘବର୍ଷ ହେବ ଆଶ୍ରମକୁ ବେଆଇନ୍ ଭାବେ ତିଆରି କରି ଏଠାରେ ପିଲାମାନଙ୍କୁ ରଖି ନାମ ସଂକୀର୍ତ୍ତନ କରାଉଥିଲେ। ଅଭିଯୋଗ ହେବା ପରେ ସ୍ଥାନୀୟ ତହସିଲଦାର ଆଶ୍ରମରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।