୧୦୦ ଛାତ୍ରଛାତ୍ରୀଙ୍କୁ ଲାପଟପ୍ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:୧୦୦ ଜଣ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲାପଟପ୍ ବଣ୍ଟନ କରିଛନ୍ତି। ଉଚ୍ଚ ଶିକ୍ଷା ବିଭାଗ ଦ୍ୱାରା ଭୁବନେଶ୍ୱରସ୍ଥିତ ଜୟଦେବ ଭବନରେ ଆୟୋଜିତ  ଉଚ୍ଚଶିକ୍ଷାରେ ଉତ୍କର୍ଷ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ ଉଚ୍ଚଶିକ୍ଷା ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ, ସାଂସଦ ପ୍ରସନ୍ନ ପାଟ୍ଟଶାଣୀ, ବିଧାୟକ ପ୍ରିୟଦଶ୍ରୀ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ।

ସେହିପରି ୧୦୦ ଜଣ ଜୁନିୟ ଅଧ୍ଞାପକଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ଖାଲି ପଡିଥିବା ଅଧ୍ୟାପକ ପଦବୀ ପୂରଣ ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।