ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶତପ୍ରତିଶତ ସିଲାବସ୍କୁ ନେଇ ଯୁକ୍ତ ୨ ପାଠପଢ଼ା ଓ ପରୀକ୍ଷା କରାଯିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି।
୨୦୨୩ରେ ପରୀକ୍ଷା ଦେବାକୁ ଥିବା ପିଲାମାନେ ଶତପ୍ରତିଶତ ସିଲାବସ୍ ପଢ଼ିବେ। ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ଉପରେ ଏହା ସମ୍ପୂର୍ଣ୍ଣ ଲାଗୁ ହେବ। ତେବେ ୨୦୨୨ରେ ଫେଲ୍ ପିଲା ପୁରୁଣା ସିଲାବସ୍ରେ ଆସନ୍ତା ବର୍ଷ ପରୀକ୍ଷା ଦେବେ।
ଏଥିସହ ୨୦୨୩ ମସିହା ମାଟ୍ରିକ୍ ପରୀକ୍ଷା ପରେ ଓ ଏହାର ଆଗକୁ ମଧ୍ୟ ପାସ୍ ଛାତ୍ରଛାତ୍ରୀମାନେ ପୂରା ସିଲାବସ୍ ଉପରେ ପାଠପଢ଼ି ପରୀକ୍ଷା ଦେବେ।
ସୂଚନାଯୋଗ୍ୟ ଯେ, ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀମାନେ ଜୁଲାଇ ୨୦ ତାରିଖରୁ ଯୁକ୍ତ ୨ରେ ନାମ ଲେଖାଇବା ପାଇଁ ଆବେଦନ କରିପାରିବେ। ଜୁଲାଇ ୨୦ରୁ ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ସାମ୍ସ ପୋର୍ଟାଲରେ ଛାତ୍ରଛାତ୍ରୀମାନେ ଏଥିପାଇଁ ଆବେଦନ କରିପାରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।