ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତିନି ଦିନ ପରେ ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୧୦ ହଜାରକୁ ଖସିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୦,୭୫୭ ନୂଆ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୬୦୨୪ ଜଣ କ୍ୱାରେଣ୍ଟାଇନରେ ଥିଲେ। ବାକି ୪୭୩୩ଟି ହେଉଛି ଲୋକାଲ୍ କେସ୍। ସେହିପରି ରାଜ୍ୟରେ କରୋନାରେ ଆଉ ୨୨ ଜଣଙ୍କ ମୃତ୍ୟୁ ଘଟିଛି।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ୯୭୩ ଜଣ ଅଛନ୍ତି। ଏହା ତଳକୁ ରହିଛି ଖୋର୍ଦ୍ଧା ଜିଲ୍ଲା। ଏହି ଜିଲ୍ଲାରୁ ୯୦୯ ଜଣ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୮୩୨ ଜଣ ଚିହ୍ନଟ ହୋଇଛନ୍ତି।
ଅନୁଗୋଳ ଜିଲ୍ଲାରୁ ୬୦୬ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୫୪, ବରଗଡ଼ରୁ ୪୦୪, ଭଦ୍ରକରୁ ୪୪୩, ବଲାଙ୍ଗିରରୁ ୫୦୭, ବୌଦ୍ଧରୁ ୧୩୩, ଦେବଗଡ଼ରୁ ୧୦୨, ଢେଙ୍କାନାଳରୁ ୨୮୯, ଗଜପତିରୁ ୧୪୧, ଗଞ୍ଜାମରୁ ୨୦୯, ଜଗତସିଂହପୁରରୁ ୨୧୯, ଯାଜପୁରରୁ ୨୮୧, ଝାରସୁଗୁଡ଼ାରୁ ୩୮୮, କଳାହାଣ୍ଡିରୁ ୧୨୫, କନ୍ଧମାଳରୁ ୮୭, କେନ୍ଦ୍ରାପଡ଼ାରୁ ୧୪୮, କେନ୍ଦୁଝରରୁ ୨୦୮, କୋରାପୁଟରୁ ୨୮୨, ମାଲକାନଗିରିରୁ ୧୨୩, ମୟୂରଭଞ୍ଜରୁ ୪୫୪, ନବରଙ୍ଗପୁରରୁ ୩୮୬, ନୟାଗଡ଼ରୁ ୨୨୭, ନୂଆପଡ଼ାରୁ ୫୦୨, ପୁରୀରୁ ୩୫୦, ରାୟଗଡ଼ାରୁ ୧୩୬, ସମ୍ବଲପୁରରୁ ୪୯୪ ଓ ସୋନପୁରରୁ ୨୪୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍ରୁ ୨୦୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
୧୦,୭୫୭ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୨୨ ହଜାର ୯୮୧ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୫ ଲକ୍ଷ ୧୪ ହଜାର ୫୩୨ ଜଣ ସୁସ୍ଥ ହୋଇସାରିଛନ୍ତି। ଲକ୍ଷେ ୬ ହଜାର ୬୧ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି ଆଉ ୨୨ ଜଣ ପ୍ରାଣ ହରାଇବା ପରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩୩୫କୁ ବୃଦ୍ଧି ପାଇଛି।
ସୂଚନାଯୋଗ୍ୟ, ମେ’ ୧୩ ତାରିଖରେ ରାଜ୍ୟରେ ୧୨,୩୯୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ମେ’ ୧୪ ଓ ମେ’ ୧୫ର ଯଥାକ୍ରମେ ଏହି ସଂଖ୍ୟା ୧୧,୮୦୫ ଓ ୧୧,୭୩୨ ରହିଥିଲା। ମେ’ ୧୬ ଅର୍ଥାତ୍ ଗତ ୨୪ ଘଣ୍ଟାରେ ରାଜ୍ୟରେ ଏହି ସଂଖ୍ୟା ୧୦,୭୫୭ ରହିଛି। ଏହା ପୂର୍ବରୁ ମେ’ ୧୨ ତାରିଖରେ ୧୦,୬୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।
6. Boudh: 133
7. Cuttack: 973
8. Deogarh: 102
9. Dhenkanal: 289
10. Gajapati: 141
11. Ganjam: 209
12. Jagatsinghpur: 219
13. Jajpur: 281
14. Jharsuguda: 388
15. Kalahandi: 125
16. Kandhamal: 87
17. Kendrapada: 148
18. Keonjhar: 208
19. Khurda: 909
20. Koraput: 282— I & PR Department, Odisha (@IPR_Odisha) May 17, 2021
New recoveries: 12077
Cumulative tested: 10941192
Positive: 622981
Recovered: 514532
Active cases: 106061— I & PR Department, Odisha (@IPR_Odisha) May 17, 2021
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।