Advertisment

ତିନି ଦିନ ପରେ ୧୦ ହଜାରକୁ ଖସିଲା, କଟକରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତିନି ଦିନ ପରେ ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୧୦ ହଜାରକୁ ଖସିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୦,୭୫୭ ନୂଆ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୬୦୨୪ ଜଣ କ୍ୱାରେଣ୍ଟାଇନରେ ଥିଲେ। ବାକି ୪୭୩୩ଟି ହେଉଛି ଲୋକାଲ୍ କେସ୍। ସେହିପରି ରାଜ୍ୟରେ କରୋନାରେ ଆଉ ୨୨ ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ୯୭୩ ଜଣ ଅଛନ୍ତି। ଏହା ତଳକୁ ରହିଛି ଖୋର୍ଦ୍ଧା […]

ଅଦ୍ୟତନ ହୋଇଛି
୧୮ ଜିଲ୍ଲାରୁ ୪୨ ଜଣଙ୍କ ମୃତ୍ୟୁ, ସୁନ୍ଦରଗଡ଼ରେ ସର୍ବାଧିକ

corona

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତିନି ଦିନ ପରେ ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୧୦ ହଜାରକୁ ଖସିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୦,୭୫୭ ନୂଆ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୬୦୨୪ ଜଣ କ୍ୱାରେଣ୍ଟାଇନରେ ଥିଲେ। ବାକି ୪୭୩୩ଟି ହେଉଛି ଲୋକାଲ୍ କେସ୍। ସେହିପରି ରାଜ୍ୟରେ କରୋନାରେ ଆଉ ୨୨ ଜଣଙ୍କ ମୃତ୍ୟୁ ଘଟିଛି

Advertisment

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ୯୭୩ ଜଣ ଅଛନ୍ତି। ଏହା ତଳକୁ ରହିଛି ଖୋର୍ଦ୍ଧାଜିଲ୍ଲା। ଏହି ଜିଲ୍ଲାରୁ ୯୦୯ ଜଣ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୮୩୨ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୬୦୬ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୫୪, ବରଗଡ଼ରୁ ୪୦୪, ଭଦ୍ରକରୁ ୪୪୩, ବଲାଙ୍ଗିରରୁ ୫୦୭, ବୌଦ୍ଧରୁ ୧୩୩, ଦେବଗଡ଼ରୁ ୧୦୨, ଢେଙ୍କାନାଳରୁ ୨୮୯, ଗଜପତିରୁ ୧୪୧, ଗଞ୍ଜାମରୁ ୨୦୯, ଜଗତସିଂହପୁରରୁ ୨୧୯, ଯାଜପୁରରୁ ୨୮୧, ଝାରସୁଗୁଡ଼ାରୁ ୩୮୮, କଳାହାଣ୍ଡିରୁ ୧୨୫, କନ୍ଧମାଳରୁ ୮୭, କେନ୍ଦ୍ରାପଡ଼ାରୁ ୧୪୮, କେନ୍ଦୁଝରରୁ ୨୦୮, କୋରାପୁଟରୁ ୨୮୨, ମାଲକାନଗିରିରୁ ୧୨୩, ମୟୂରଭଞ୍ଜରୁ ୪୫୪, ନବରଙ୍ଗପୁରରୁ ୩୮୬, ନୟାଗଡ଼ରୁ ୨୨୭, ନୂଆପଡ଼ାରୁ ୫୦୨, ପୁରୀରୁ ୩୫୦, ରାୟଗଡ଼ାରୁ ୧୩୬, ସମ୍ବଲପୁରରୁ ୪୯୪ ଓ ସୋନପୁରରୁ ୨୪୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍‌ରୁ ୨୦୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment

୧୦,୭୫୭ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୨୨ ହଜାର ୯୮୧ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୫ ଲକ୍ଷ ୧୪ ହଜାର ୫୩୨ ଜଣ ସୁସ୍ଥ ହୋଇସାରିଛନ୍ତି। ଲକ୍ଷେ ୬ ହଜାର ୬୧ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି ଆଉ ୨୨ ଜଣ ପ୍ରାଣ ହରାଇବା ପରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩୩୫କୁ ବୃଦ୍ଧି ପାଇଛି।

ସୂଚନାଯୋଗ୍ୟ, ମେ’ ୧୩ ତାରିଖରେ ରାଜ୍ୟରେ ୧୨,୩୯୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ମେ’ ୧୪ ଓ ମେ’ ୧୫ର ଯଥାକ୍ରମେ ଏହି ସଂଖ୍ୟା ୧୧,୮୦୫ ଓ ୧୧,୭୩୨ ରହିଥିଲା। ମେ’ ୧୬ ଅର୍ଥାତ୍‌ ଗତ ୨୪ ଘଣ୍ଟାରେ ରାଜ୍ୟରେ ଏହି ସଂଖ୍ୟା ୧୦,୭୫୭ ରହିଛି। ଏହା ପୂର୍ବରୁ ମେ’ ୧୨ ତାରିଖରେ ୧୦,୬୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

Corona Cases In Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe