ଓଲଟି ପଡ଼ିଲା ୧୦୮ ଆମ୍ୱୁଲାନ୍ସ  

ସୁବର୍ଣ୍ଣପୁର (ରବୀନ୍ଦ୍ର ହୋତା): ସୋନପୁର-ବଲାଙ୍ଗିର ରାସ୍ତାର ଖାରୀ ନିକଟରେ ଏକ ୧୦୮ ଆମ୍ୱୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଆମ୍ବୁଲାନ୍ସଟି ରାସ୍ତା ତଳକୁ ଓଲଟି ପଡ଼ିଛି। ତେବେ ଏଥିରେ କେହି ମୃତାହତ ହୋଇ ନାହାନ୍ତି।

ସୂଚନା ଅନୁଯାୟୀ, ଆମ୍ୱୁଲାନ୍ସଟି ଆଜି ସକାଳେ ରୋଗୀ ଆଣିବା ପାଇଁ ବୀରମହାରାଜପୁରରୁ ବଲାଙ୍ଗିର ଯାଉଥିଲା। ଏହି ସମୟରେ ଖାରୀ ନିକଟରେ କୁହୁଡ଼ି ଯୋଗୁ ରାସ୍ତା ଦେଖି ନପାରି ଆମ୍ୱୁଲାନ୍ସଟି  ରାସ୍ତା ତଳକୁ ଓଲଟି ପଡ଼ିଥିଲା। ଆମ୍ୱୁଲାନ୍ସ ଡ୍ରାଇଭରଙ୍କ ସହିତ ଜଣେ ଫାର୍ମାସିଷ୍ଟ ଥିଲେ। ତେବେ ସେମାନେ ଆହତ ହୋଇ ନଥିବା ଜଣାପଡ଼ିଛି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।