Advertisment

ଗୋଟିଏ ଦିନ ପରେ ରାଜ୍ୟରେ ପୁଣି ୧୦ ହଜାର ଡେଇଁଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗୋଟିଏ ଦିନର ବ୍ୟବଧାନ ପରେ ରାଜ୍ୟରେ ପୁଣି ଦୈନିକ କରୋନା ସଂକ୍ରମଣ ୧୦ ହଜାର ଡେଇଁଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦,୯୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଆଉ ୧୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୧୪୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୪୮୩୩ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୩୯ ଜଣ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୯୬୪ […]

ଅଦ୍ୟତନ ହୋଇଛି
‘ଆବଶ୍ୟକ ନ ଥିଲେ ହସ୍ପିଟାଲ ଯାଅନି, ଘରେ ରୁହ, ମନୋବଳ ଦୃଢ଼ କର’

Corona

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗୋଟିଏ ଦିନର ବ୍ୟବଧାନ ପରେ ରାଜ୍ୟରେ ପୁଣି ଦୈନିକ କରୋନା ସଂକ୍ରମଣ ୧୦ ହଜାର ଡେଇଁଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦,୯୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଆଉ ୧୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Advertisment

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୧୪୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୪୮୩୩ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୩୯ ଜଣ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୯୬୪ ଓ କଟକରୁ ୮୮୫ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୁଳ ଜିଲ୍ଲାରୁ ୫୩୯ ଜଣ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୪୫୪, ବରଗଡ଼ରୁ ୪୩୧, ବଲାଙ୍ଗିରରୁ ୪୨୬, ପୁରୀରୁ ୩୯୮, ଝାରସୁଗୁଡ଼ାରୁ ୩୮୦, ନୂଆପଡ଼ାରୁ ୩୭୮, କଳାହାଣ୍ଡିରୁ ୩୭୦, ଯାଜପୁରରୁ ୩୪୯, ନବରଙ୍ଗପୁରରୁ ୩୩୫, ବାଲେଶ୍ୱରରୁ ୩୦୩, କେନ୍ଦୁଝରରୁ ୨୫୩, ମୟୂରଭଞ୍ଜରୁ ୨୩୯, ଜଗତସିଂହପୁରରୁ ୨୩୨, ଭଦ୍ରକରୁ ୨୩୧, ସୁବର୍ଣ୍ଣପୁରରୁ ୨୧୫, ରାୟଗଡ଼ାରୁ ୨୧୨, କୋରାପୁଟରୁ ୧୯୫, ନୟାଗଡ଼ରୁ ୧୯୨, ଢେଙ୍କାନାଳରୁ ୧୮୯, ବୌଦ୍ଧରୁ ୧୮୦, ଗଞ୍ଜାମରୁ ୧୭୭, କେନ୍ଦ୍ରାପଡ଼ାରୁ ୧୪୧, କନ୍ଧମାଳରୁ ୧୩୪, ଦେବଗଡ଼ରୁ ୧୨୭, ଗଜପତିରୁ ୧୧୧ ଓ ମାଲକାନଗିରିରୁ ୭୧ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍‌ରୁ ୩୩୨ ଜଣ ଚିହ୍ନଟ ହୋଇଛନ୍ତି।

Advertisment

୧୦,୯୮୨ଟି ନୂଆ କେସ୍ ସହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୬୫ ହଜାର ୬୪୮କୁ ବୃଦ୍ଧି ପାଇଛି। ୪ ଲକ୍ଷ ୬୫ ହଜାର ୧୪୪ ଜଣ ସୁସ୍ଥ ହୋଇସାରିଲେଣି। ୯୮ ହଜାର ୨୩୦ ଜଣ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ଆଉ ୧୭ ଜଣଙ୍କ ମୃତ୍ୟୁ ଘଟିବା ପରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି ପାଇଛି।

ସୂଚନାଯୋଗ୍ୟ, ଲଗାତାର ୫ ଦିନ ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୧୦ ହଜାର ଉପରେ ରହିଥିବେଳେ ଏପ୍ରିଲ ୧୦ ତାରିଖରେ ଏହା ୯ ହଜାରକୁ ଖସିଥିଲା। ହେଲେ ଗତ ୨୪ ଘଣ୍ଟାରେ ଅର୍ଥାତ୍ ଏପ୍ରିଲ୍ ୧୧ ତାରିଖରେ ରାଜ୍ୟରୁ ପୁଣି ୧୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe