ପଟ୍ଟାମୁଣ୍ଡାଇ (ପ୍ରବୀର କୁମାର ନାୟକ): ସ୍କୁଲରେ ପ୍ରଧାନଶିକ୍ଷକଙ୍କ ଦୁର୍ବ୍ୟବହାର ସହିପାରିଲେନି ଛାତ୍ରୀ! ଯେଉଁଥିପାଇଁ ବିଷ ପିଇଦେଲେ ଛାତ୍ରୀ। ଏବେ ବଞ୍ଚିବା ପାଇଁ ମେଡିକାଲ୍ ବେଡ୍ରେ ସଂଘର୍ଷ କରୁଛନ୍ତି। ଆଜି ଏପରି ଅଭିଯୋଗ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରୁ ଆସିଛି।
ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳର ଛାତ୍ରୀ ପରୀ(ଛଦ୍ମନାମ) ଗଛମଙ୍ଗଳା ତପସ୍ୱୀ ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀରେ ପାଠ ପଢ଼ନ୍ତି। ସବୁଦିନ ପରି ଗତ ଶୁକ୍ରବାର ସେ ସ୍କୁଲ ଯାଇଥିଲେ। ସେହିଦିନ ପରୀଙ୍କୁ ପ୍ରଧାନଶିକ୍ଷକ ବାସୁଦେବ ସ୍ୱାଇଁ ବିଦ୍ୟାଳୟରେ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା। ଯେଉଁଥିପାଇଁ ଛାତ୍ରୀ ଜଣକ ଘରକୁ ଫେରି ବିଷ ପିଇ ଦେଇଥିଲେ। ପରିବାର ଲୋକେ ଜାଣିପାରି ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କଟକ ବଡ ମେଡିକାଲରେ ଭର୍ତ୍ତି କରିଥିଲେ। ଏବେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ରହିଛି।
ଏନେଇ ପ୍ରଧାନଶିକ୍ଷକଙ୍କୁ ପଚାରିବାରୁ ସେ ଏହି କଥାକୁ ଅସ୍ୱୀକାର କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।