Advertisment

୧୧ ଜିଲ୍ଲାରେ ସପ୍ତାହକୁ ୨ଦିନ ଶଟ୍‌ଡାଉନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଥିବାରୁ ୧୧ଜିଲ୍ଲାରେ ସପ୍ତାହକୁ ଦୁଇ ଦିନ ଶଟ୍‌ଡାଉନ କରାଯିବ। ଆଜି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି,୧୧ଟି ଜିଲ୍ଲାରେ ପ୍ରତି ସପ୍ତାହରେ ଶନିବାର ଓ ରବିବାର ଦିନ ଶଟ୍‌ଡାଉନ କରାଯିବ। ସେହି ଜିଲ୍ଲା ଗୁଡ଼ିକ ହେଲା- ଗଞ୍ଜାମ, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା,ଖୋର୍ଦ୍ଧା, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ବଲାଙ୍ଗିର। ଏହି ସମୟରେ କୌଣସି ଅଫିସ ଖୋଲା ରହିବ ନାହିଁ। […]

ଅଦ୍ୟତନ ହୋଇଛି
୧୧ ଜିଲ୍ଲାରେ ସପ୍ତାହକୁ ୨ଦିନ ଶଟ୍‌ଡାଉନ

asit

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଥିବାରୁ ୧୧ଜିଲ୍ଲାରେ ସପ୍ତାହକୁ ଦୁଇ ଦିନ ଶଟ୍‌ଡାଉନ କରାଯିବ। ଆଜି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏହି ସୂଚନା ଦେଇଛନ୍ତି।

Advertisment

ସେ କହିଛନ୍ତି,୧୧ଟି ଜିଲ୍ଲାରେ ପ୍ରତି ସପ୍ତାହରେ ଶନିବାର ଓ ରବିବାର ଦିନ ଶଟ୍‌ଡାଉନ କରାଯିବ। ସେହି ଜିଲ୍ଲା ଗୁଡ଼ିକ ହେଲା- ଗଞ୍ଜାମ, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା,ଖୋର୍ଦ୍ଧା, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ବଲାଙ୍ଗିର। ଏହି ସମୟରେ କୌଣସି ଅଫିସ ଖୋଲା ରହିବ ନାହିଁ। କେବଳ ଅତ୍ୟାବଶ୍ୟକ ସେବା ପ୍ରଦାନକାରୀ ଆତଯାତ କରିପାରିବେ।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୪ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୧୨୬ ଜଣ ସୁସ୍ଥ ହୋଇଛନ୍ତି। ୯୬୯ ଜଣ ବିଭିନ୍ନ କୋଭିଡ ହସ୍‌ପିଟାଲରେ ‌ଚିକିତ୍ସାଧୀନ ଅଛନ୍ତି। ରାଜ୍ୟରେ  ୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।  ଆଉ ୨ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିଲେ ବି ସେମାନଙ୍କର କରୋନା ଯୋଗୁ ପ୍ରାଣହାନୀ ହୋଇନଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।

Advertisment
Corona In Odisha Coronavirus Corona Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe