ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲା ରେଳଷ୍ଟେସନରୁ ୯ ଜଣ ନାବାଳିକା ଓ ୨ ନାବାଳକଙ୍କୁ ଉଦ୍ଧାର କରାଯାଇଛି। ହାୱଡା-ମୁମ୍ବାଇ ଗୀତାଞ୍ଜଳି ଏକ୍ସପ୍ରେସରେ ରାଉରକେଲା GRP ଏବଂ ଚାଇଲ୍ଡ ଲାଇନ ମିଳିତ ଚଢଉ କରି ଏମାନଙ୍କୁ ଉଦ୍ଧାର କରିଛନ୍ତି। ସମସ୍ତଙ୍କୁ ହାୱଡା ଷ୍ଟେସନରୁ ମୁମ୍ବାଇ ଚାଲାଣ କରାଯାଉଥିବା ନେଇ ସୂଚନା ମିଳିଛି।
ଏହି ଘଟଣାରେ ଦୁଇ ଜଣଙ୍କୁ ଅଟକ ରଖି ପୁଲିସ୍ ପଚରାଉଚୁରା କରୁଛି ପୁଳିସ। ଉଦ୍ଧାର ହୋଇଥିବା ନାବାଳିକା ଓ ନାବାଳକଙ୍କୁ ଚାଇଲ୍ଡ ଲାଇନ ନିଜ ହେପାଜାତରେ ରଖିଛି। ଉଦ୍ଧାର ହୋଇଥିବା ସମସ୍ତ ପିଲାଙ୍କ ଘର ବିହାର କଟିହାର ଅଞ୍ଚଳରେ ବୋଲି ଜଣାପଡିଛି। ଏନେଇ ପୁଲିସ୍ ଅଧିକ ତଦନ୍ତ ଜାରି ରଖିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କାହିଁକି ହାରିଲା ବିଜେଡି; ପ୍ରତିଷ୍ଠା ଦିବସରେ କାରଣ କହିଲେ ନବୀନ
ନବୀନ କହିଛନ୍ତି, ଗତ ଛଅ ମାସ ଭିତରେ ବିଜେପି ସରକାରର ଓଡ଼ିଶାବାସୀଙ୍କ ପାଇଁ ସବୁଠାରୁ ବଡ଼ ଉପହାର ହେଉଛି ଦରଦାମ ବୃଦ୍ଧି। ଡାଲି ଚାଉଳ ଠାରୁ ଆରମ୍ଭ କରି ତେଲ ଓ ପନିପରିବା ଆଦି ସବୁ ଦର ଆଜି ଆକାଶ ଛୁଆଁ।
Guest Column
ସତ ସ୍ୱୀକାର କରୁନାହାନ୍ତି ନବୀନ ପଟ୍ଟନାୟକ
ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟଗତ କାରଣରୁ ନବୀନ ନିର୍ବାଚନରେ ପ୍ରଚାର ନକରି ତାଙ୍କର ଏକମାତ୍ର ବିଶ୍ୱସ୍ତ ସରକାରୀ ଚାକିରୀ ଛାଡ଼ି ବିଜେଡିକୁ ଆସିଥିବା ଜଣେ ଅଣଓଡ଼ିଆ ଅଫିସର ଉପରେ ପ୍ରଚାରର ସମସ୍ତ ଦାୟିତ୍ୱ ଦେଇଥିବା ଲୋକମାନଙ୍କର ପୂରା ବିଶ୍ୱାସ ହୋଇଗଲା। ଏହି ଅଣଓଡ଼ିଆ ସରକାରୀ ଅଫିସର ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବରେ ୫ ବର୍ଷ କାଳ ଯାହାସବୁ କରିଥିଲେ, ସେଥିରେ ଲୋକମାନଙ୍କର ବିଶ୍ୱାସ ହୋଇଗଲା ଯେ, ଯଦି ଏଥର ନବୀନଙ୍କୁ ପୁଣିଥରେ କ୍ଷମତା ପ୍ରଦାନ କରାଯାଏ, ତେବେ ବାସ୍ତବରେ ଏହି ଅଣଓଡ଼ିଆ ଅଫିସର ଜଣକ ରାଜ୍ୟର ପ୍ରକୃତ ମୁଖ୍ୟମନ୍ତ୍ରୀ ହୋଇଯିବେ।
Entertainment
ଜାନୁଆରୀ ୨ରୁ ତରଙ୍ଗ ପ୍ଲସ୍ରେ ନୂଆ ୱେବ୍ ସିରିଜ୍ ‘ଚିଟ୍ ଫଣ୍ଡ’ର ଷ୍ଟ୍ରିମିଂ
ୱେବ୍ ସିରିଜ୍ ’ଚିଟ୍ ଫଣ୍ଡ’ର କାହାଣୀ ରଞ୍ଜନ ଶତପଥୀ ଲେଖିଥିବା ବେଳେ ନିର୍ଦ୍ଦେଶକ ମୟଙ୍କ ଶତପଥୀ ଚିତ୍ରନାଟ୍ୟ ଦାୟିତ୍ୱ ମଧ୍ୟ ସମ୍ଭାଳିଛନ୍ତି।
Events & Festivals
ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ, ଖୁବ୍ ଶୀଘ୍ର ହେବ ପରୀକ୍ଷାମୂଳକ ବ୍ୟବସ୍ଥା
ବର୍ଷ ଆରମ୍ଭରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ ପ୍ରକ୍ରିୟା। ଏହା ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆସନ୍ତା ୨୮ କିମ୍ବା ୨୯ ତାରିଖରେ ପରୀକ୍ଷାମୂଳକ ବ୍ୟବସ୍ଥା କରାଯିବ ।
Crime
ବିଲରେ ଧାନ ଗଜା ଦେଖି ସହି ପାରୁନି ଚାଷୀ; ଜଣେ ଝୁଲି ପଡ଼ିଲେ, ଜଣେ ଟଳିପଡ଼ିଲେ
ଦୁଇ ଦିନ ହେଲା ବର୍ଷା ଯୋଗୁ ବିଲରେ ପାଚିଲା ଧାନ ଗଜା ହେଲାଣି। ଓଦା ଧାନକୁ ଦେଖି ଚାଷୀର ଆଖି ବି ଓଦା ହୋଇ ଯାଉଛି।