ପ୍ରଥମ ଦିନରେ ପ୍ରାର୍ଥୀପତ୍ର ଦାଖଲ କଲେ ୧୧୨୨ ସରପଞ୍ଚ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଂଚାୟତ ନିର୍ବାଚନ ପାଇଁ ଆଜିଠୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ପ୍ରଥମ ଦିନରେ ୧୧୨୨ଜଣ ସରପଂଚ ପ୍ରାର୍ଥୀ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, ପଂଚାୟତ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର ପ୍ରଥମ ଦିନରେ ୭୧୧୬ଜଣ ୱାର୍ଡମେମ୍ବର ପ୍ରାର୍ଥୀ, ୧୧୨୨ଜଣ ସରପଂଚ ପ୍ରାର୍ଥୀ, ୫୧୨ଜଣ ପଂଚାୟତ ସମିତି ସଭ୍ୟ ପ୍ରାର୍ଥୀ ଓ ୨୨ଜଣ ଜିଲ୍ଲା ପରିଷଦ ପ୍ରାର୍ଥୀ ନିଜର ନାମାଙ୍କନ ପତ୍ର […]

panchayat-election

panchayat-election

Ordigital Desk
  • Published: Monday, 17 January 2022
  • Updated: 17 January 2022, 09:37 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଂଚାୟତ ନିର୍ବାଚନ ପାଇଁ ଆଜିଠୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ପ୍ରଥମ ଦିନରେ ୧୧୨୨ଜଣ ସରପଂଚ ପ୍ରାର୍ଥୀ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।

ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, ପଂଚାୟତ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର ପ୍ରଥମ ଦିନରେ ୭୧୧୬ଜଣ ୱାର୍ଡମେମ୍ବର ପ୍ରାର୍ଥୀ, ୧୧୨୨ଜଣ ସରପଂଚ ପ୍ରାର୍ଥୀ, ୫୧୨ଜଣ ପଂଚାୟତ ସମିତି ସଭ୍ୟ ପ୍ରାର୍ଥୀ ଓ ୨୨ଜଣ ଜିଲ୍ଲା ପରିଷଦ ପ୍ରାର୍ଥୀ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ଆସନ୍ତା ୨୧ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଜାରି ରହିବ। ଅଧିକାଂଶ ଜିଲ୍ଲାରେ ଶାସକ ବିଜେଡି ପକ୍ଷରୁ ଏକାଧିକ ପ୍ରାର୍ଥୀ ଦାବିଦାର ଥିବାରୁ ଚୂଡ଼ାନ୍ତ ପ୍ରାର୍ଥୀ ଚୟନ ମୁଣ୍ଡବ୍ୟଥା ବଢ଼ାଇଛି । ଶାସକ ବିଜେଡି ୭ରୁ ୮ଟି ନିର୍ବାଚନମଣ୍ଡଳୀକୁ ଛାଡ଼ି ଦେଲେ ବାକି କୌଣସି ସ୍ଥାନରେ ଜିଲ୍ଲା ପରିଷଦ ସଭ୍ୟ ପ୍ରାର୍ଥୀ ଚୂଡ଼ାନ୍ତ କରିପାରିନଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ,ଚଳିତଥର ତ୍ରିସ୍ତରୀୟ ପଂଚାୟତରେ ମୋଟ ୯୧୯୧୩ଜଣ ୱାର୍ଡମେମ୍ବର, ୬୭୯୪ଜଣ ସରପଂଚ, ୬୭୯୩ଜଣ ପଂଚାୟତ ସମିତି ସଭ୍ୟ ଓ ୮୫୩ଜଣ ଜିଲ୍ଲା ପରିଷଦ ସଭ୍ୟ ପଦ ପାଇଁ ରାଜ୍ୟର ମୋଟ ୨କୋଟି ୭୯ଲକ୍ଷ ୩୫ହଜାର ୫୨୫ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ।

ନାମାନଙ୍କ ପତ୍ର ଦାଖଲର ତାରିଖ ଫେବୃୟାରୀ ୧୭ରୁ ୨୧ତାରିଖ ପର୍ଯ୍ୟନ୍ତ ହେବ। ୨୨ତାରିଖରେ ନାମାଙ୍କନ ପତ୍ର ଯାଂଚ, ୨୫ ତାରିଖ ଅପରାହ୍ନ ୩ଟା ପର୍ଯ୍ୟନ୍ତ ନାମାଙ୍କନ ପତ୍ର ପ୍ରତ୍ୟାହାର କରିହେବ। ସେହି ୨୫ତାରିଖ ସନ୍ଧ୍ୟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos