Advertisment

ରାଜ୍ୟରେ ୧୧ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ, ଅନୁଗୋଳରେ ୮ ଶହ ଡେଇଁଲା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧,୪୯୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୪୩୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୫୦୫୯ଟି ହେଉଛି ଲୋକାଲ୍ କେସ୍‌। ସେହିଭଳି ରାଜ୍ୟରେ କରୋନାରେ ଆଉ ୨୫ ଜଣଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୯୭ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୧୦୭, ଅନୁଗୋଳରୁ ୮୬୭ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭୦୩ ଜଣ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱର ଜିଲ୍ଲାରୁ ୫୨୪ ଜଣ […]

author-image
Jitendra Garnayak
ଅଦ୍ୟତନ ହୋଇଛି
ରାଜ୍ୟରେ ୯ ହଜାର ପାଖାପାଖି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

corona test

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧,୪୯୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୪୩୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୫୦୫୯ଟି ହେଉଛି ଲୋକାଲ୍ କେସ୍‌। ସେହିଭଳି ରାଜ୍ୟରେ କରୋନାରେ ଆଉ ୨୫ ଜଣଙ୍କ ମୃତ୍ୟୁ ଘଟିଛି।

Advertisment

ଖୋର୍ଦ୍ଧାଜିଲ୍ଲାରୁ ସର୍ବାଧିକ ୧୪୯୭ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୧୦୭, ଅନୁଗୋଳରୁ ୮୬୭ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭୦୩ ଜଣ ଚିହ୍ନଟ ହୋଇଛନ୍ତି।

ବାଲେଶ୍ୱର ଜିଲ୍ଲାରୁ ୫୨୪ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୩୯୫, ଭଦ୍ରକରୁ ୧୩୪, ବଲାଙ୍ଗିରରୁ ୨୯୪, ବୌଦ୍ଧରୁ ୩୧୩, ଦେବଗଡ଼ରୁ ୧୧୪, ଢେଙ୍କାନାଳରୁ ୨୫୧, ଗଜପତିରୁ ୮୬, ଗଞ୍ଜାମରୁ ୨୨୮, ଜଗତସିଂହପୁରରୁ ୩୨୫, ଯାଜପୁରରୁ ୩୭୮, ଝାରସୁଗୁଡ଼ାରୁ ୨୪୭, କଳାହାଣ୍ଡିରୁ ୨୦୫, କନ୍ଧମାଳରୁ ୧୦୧, କେନ୍ଦ୍ରାପଡ଼ାରୁ ୨୦୪, କେନ୍ଦୁଝରରୁ ୧୯୩, କୋରାପୁଟରୁ ୨୬୬, ମାଲକାନଗିରିରୁ ୧୧୦, ମୟୂରଭଞ୍ଜରୁ ୫୩୮, ନବରଙ୍ଗପୁରରୁ ୩୪୬, ନୟାଗଡ଼ରୁ ୩୮୨, ନୂଆପଡ଼ାରୁ ୧୫୨, ପୁରୀରୁ ୪୨୪, ରାୟଗଡ଼ାରୁ ୨୩୩, ସମ୍ବଲପୁରରୁ ୩୯୩ ଓ ସୋନପୁର ଜିଲ୍ଲାରୁ ୨୨୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୨୬୧ ଜଣ ଚିହ୍ନଟ ହୋଇଛନ୍ତି।

Advertisment

୧୧,୪୯୮ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୫୫ ହଜାର ୮୯୯ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୫ ଲକ୍ଷ ୪୬ ହଜାର ୬୩୧ ଜଣ ସୁସ୍ଥ ହୋଇସାରିଲେଣି। ଲକ୍ଷେ ୬ ହଜାର ୮୧୨ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ଆଉ ୨୫ ଜଣ ପ୍ରାଣ ହରାଇବା ପରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୪୦୩ରେ ପହଞ୍ଚି ଯାଇଛି।

Corona Cases In Odisha