ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଜସ୍ଥାନର କୋଟାକୁ ପାଠ ପଢିବାକୁ ଯାଇଥିବା ରାଉରକେଲାର ୧୧୬ଜଣ ଛାତ୍ରଛାତ୍ରୀ ଗୁରୁବାର ବସ୍ ଯୋଗେ କୋଟାରୁ ରାଉରକେଲା ଅଭିମୁଖେ ବାହାରିଛନ୍ତି । କୋଟାର ଲ୍ୟାଣ୍ଡ ମାର୍କ ସିଟି ଏବଂ ମହାବୀର ନଗରରୁ ଛାତ୍ରଛାତ୍ରୀମାନେ ୪ଟି ବସ୍ରେ ବାହାରିଛନ୍ତି। କୋଟାରୁ ସେମାନଙ୍କ ସାଙ୍ଗରେ ଆସୁଥିବା ଅଭିଭାବକ ବିଜୟ କୁମାର ମାଟିଆ ଏହା କହିଛନ୍ତି।
ବସ୍ରେ ଚଢିବା ପୂର୍ବରୁ ଛାତ୍ରଛାତ୍ରୀମାନଙ୍କ ସ୍କ୍ରିନିଂ କରାଯାଇଥିଲା। ବସ୍କୁ ବିଶୋଧନ ମଧ୍ୟ କରାଯାଇଥିଲା। ଏହି ବସ୍ ମଧ୍ୟପ୍ରଦେଶ , ଛତିଶଗଡ଼, ସମ୍ବଲପୁର, ଝାରସୁଗୁଡା ଦେଇ ରାଉରକେଲାରେ ପହଞ୍ଚିବ । ରାଉରକେଲାରେ ପହଞ୍ଚିବା ପରେ ସେମାନଙ୍କ ସ୍କ୍ରିନିଂ କରାଯାଇ କ୍ୱାରେଣ୍ଟଇନରେ ରଖାଯିବ ।
ସୂଚନା ଯୋଗ୍ୟ ଯେ ଗତ ସପ୍ତାହରେ କେତେକ ଅଭିଭାବକ ରାଉରକେଲା ADM ଅବୋଲି ସୁନୀଲ ନର୍ବାନେଙ୍କୁ ଭେଟି ପିଲାମାନଙ୍କୁ ଫେରାଇ ଆଣିବାକୁ ପଦକ୍ଷେପ ନେବାକୁ ଅନୁରୋଧ କରିଥିଲେ । ଅବଶ୍ୟ ଛାତ୍ରଛାତ୍ରୀମାନେ ୪ ହଜାର ଟଙ୍କା ଲେଖା ଦେଇ ନିଜ ଖର୍ଚ୍ଚରେ ଆସୁଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।