ରାଜ୍ୟରେ ୧୧,୮୦୭ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ୧୦୫୨

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧,୮୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧରୁ ୬୬୧୩ ଜଣ କ୍ୱାରେଣ୍ଟାଇନରେ ଥିଲେ। ବାକି ୫୧୯୪ଟି ହେଉଛି ଲୋକାଲ କେସ। ସେହିପରି ଆଉ ୨୧ ଜଣଙ୍କର କରୋନାରେ ମୃତ୍ୟୁ ଘଟିଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୯୨୨ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୫୧୦ ଜଣ ଚିହ୍ନଟ ହୋଇଛନ୍ତି। ଏହି ଦୁଇ […]

corona test

corona test

Jitendra Garnayak
  • Published: Saturday, 08 May 2021
  • Updated: 08 May 2021, 10:50 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧,୮୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧରୁ ୬୬୧୩ ଜଣ କ୍ୱାରେଣ୍ଟାଇନରେ ଥିଲେ। ବାକି ୫୧୯୪ଟି ହେଉଛି ଲୋକାଲ କେସ। ସେହିପରି ଆଉ ୨୧ ଜଣଙ୍କର କରୋନାରେ ମୃତ୍ୟୁ ଘଟିଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୯୨୨ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୫୧୦ ଜଣ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ଜିଲ୍ଲା ଯଥାକ୍ରମେ ପ୍ରଥମ ଓ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସେହିପରି କଟକ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୧୦୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଲଗାତାର ଦୁଇ ଦିନ ଧରି ଜିଲ୍ଲାରେ ଦୈନିକ ସଂକ୍ରମଣ ୯୦୦ ଉପରେ ରହିବା ପରେ ଏହା ୧୦୦୦ରେ ଅତିକ୍ରମ କରିଛି।

ଅନୁଗୋଳ ଜିଲ୍ଲାରୁ ୫୬୦ ଜଣ ଚିହ୍ନଟ ହୋଇଥିବା ବେଳେ ସମ୍ୱଲପୁରରୁ ୫୩୩, ପୁରୀରୁ ୪୫୪, ବଲାଙ୍ଗୀରରୁ ୪୩୭, ବରଗଡ଼ରୁ ୪୨୮, ଝାରସୁଗୁଡ଼ାରୁ ୪୨୧, ନବରଙ୍ଗପୁରରୁ ୪୧୯, କଳାହାଣ୍ଡିରୁ ୪୦୨ ଓ ଗଞ୍ଜାମରୁ ୩୦୨ ଜଣ ଚିହ୍ନଟ ହୋଇଛନ୍ତି।

ବାଲେଶ୍ୱରରୁ ୨୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକରୁ ୮୩, ବୌଦ୍ଧରୁ ୧୭୮, ଦେବଗଡ଼ରୁ ୧୧୫, ଢେଙ୍କାନାଳରୁ ୧୭୭, ଗଜପତିରୁ ୧୦୫, କନ୍ଧମାଳରୁ ୯୨, କେନ୍ଦ୍ରାପଡ଼ାରୁ ୧୪୫, କେନ୍ଦୁଝରରୁ ୨୩୧, କୋରାପୁଟରୁ ୧୨୨, ମାଲକାନଗିରିରୁ ୭୦, ମୟୂରଭଞ୍ଜରୁ ୧୭୫, ନୟାଗଡ଼ରୁ ୨୦୪, ନୂଆପଡ଼ାରୁ ୨୮୬, ରାୟଗଡ଼ାରୁ ୧୩୮ ଓ ସୋନପୁରରୁ ୨୧୦ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ ପୁଲରୁ ୩୦୧ ଜଣ ଚିହ୍ନଟ ହୋଇଛନ୍ତି।

୧୧,୮୦୭ ନୂଆ କେସ‌୍‍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୨୦୭ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୪ ଲକ୍ଷ ୩୧ ହଜାର ୬୫୮ ଜଣ ସୁସ୍ଥ ହୋଇସାରିଲେଣି। ୯୦ ହଜାର ୩୩୫ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ଆଉ ୨୧ ଜଣ ପ୍ରାଣ ହରାଇବା ପରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୬୧ରେ ପହଞ୍ଚି ଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos