ବାଲେଶ୍ୱର(ରଶ୍ମୀରଞ୍ଜନ ଦାସ): ପୃଥ୍ୱୀ-୨ କ୍ଷେପଣାସ୍ତ୍ରର ରାତ୍ରକାଳୀନ ପରୀକ୍ଷଣ ସଫଳ ହୋଇଛି। ବାଲେଶ୍ୱର ଚାନ୍ଦିପୁର ୩ ନମ୍ବର ଲଞ୍ଚପ୍ୟାଡରୁ ଏହାର ପରୀକ୍ଷଣ କରାଯାଇଛି। ଆଜି ସଂଧ୍ୟା ସାଢେ ୭ଟା ସମୟରେ ଏହାର ପରୀକ୍ଷଣ କରାଯାଇଥିଲା। ପରୀକ୍ଷଣ ସଫଳ ହୋଇଥିବା ନେଇ ଡିଆର୍ଡିଓ ପକ୍ଷରୁ ସୂଚନା ଦିଆଯାଇଛି।
ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଇପାରୁଥିବା ମଧ୍ୟମ ଦୂରଗାମୀ ବାଲିଷ୍ଟିକ କ୍ଷେପଣାସ୍ତ୍ର ହେଉଛି ପୃଥ୍ୱୀ-୨। ଏହି କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ରହିଛି ୩୫୦ କିଲୋମିଟର। ୧ ହଜାର କେଜିର ଆଣବିକ ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ପୃଥ୍ୱୀ-୨ର ରହିଛି। ସ୍ୱଦେଶୀ ଜ୍ଞାନ କୌଶଳରେ ନିର୍ମିତ ଏହି କ୍ଷେପଣାସ୍ତ୍ରକୁ ଭାରତୀୟ ଷ୍ଟ୍ରାଟେଜିକ କମାଣ୍ଡ ଫୋର୍ସର ସ୍ୱତନ୍ତ୍ର ଯବାନମାନେ ପରୀକ୍ଷା କରିଥିଲେ। ଏହି ସମୟରେ ଚାନ୍ଦିପୁର ପରୀକ୍ଷଣ କେନ୍ଦ୍ରରେ DRDO ବରିଷ୍ଠ ବୈଜ୍ଞାନିକମାନେ ଉପସ୍ଥିତ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।