coronavvrus
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୩୦ରେ ପହଞ୍ଚି ଯାଇଛି।
ଏହି ୧୨ ଜଣଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାର କେବଳ ୪ ଜଣ ଅଛନ୍ତି। ସେହିପରି ଭୁବନେଶ୍ୱରର ୩ ଜଣ ଥିବା ବେଳେ ଅନୁଗୋଳର ୨ ଜଣ ଅଛନ୍ତି। ବାଲେଶ୍ୱର, ଢେଙ୍କାନାଳ ଓ ଯାଜପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁ ଘଟିଛି।
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୭,୭୮୯ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୩,୦୯,୭୪୭ ଜଣ ସୁସ୍ଥ ହୋଇସାରିଛନ୍ତି। ୬,୨୫୯ ଜଣ ଚିକିତ୍ସାଧୀନ ରହିଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/11/coronavvrus-1-1.jpg)