ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୨ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ଏମାନଙ୍କୁ ମିଶାଇ ଗତକାଲି ସୁଦ୍ଧା ରାଜ୍ୟରେ ୧୨୮୪ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
ମୃତ୍ୟୁ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଭୁବନେଶ୍ୱରରୁ ୨ ଜଣ ଅଛନ୍ତି। ସେହିପରି ଝାରସୁଗୁଡ଼ାରୁ ୨, ସମ୍ୱଲପୁରରୁ ଜଣେ, କଟକରୁ ଜଣେ, ନୂଆପଡ଼ାରୁ ୨, ଗଞ୍ଜାମରୁ ଜଣେ, ସୁନ୍ଦରଗଡ଼ରୁ ଜଣେ, ପୁରୀରୁ ଜଣେ ଓ ନବରଙ୍ଗପୁରରୁ ଜଣେ ଲେଖାଏଁ କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ବରଣ କରିଛନ୍ତି।
https://twitter.com/HFWOdisha/status/1321323864664674304?s=20
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୮୫,୪୮୨ରେ ପହଞ୍ଚିଥିବା ବେଳେ ୨,୬୮,୧୧୫ ଜଣ ସୁସ୍ଥ ହୋଇସାରିଛନ୍ତି। ୧୬,୦୩୦ ଜଣ ଚିକିତ୍ସିତ ହେଉଛନ୍ତି। ସେହିପରି ୧୨୮୪ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି।
https://twitter.com/HFWOdisha/status/1321323856070471681?s=20
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।