ପଦ୍ମପୁର( ସମେଶ ମହାନ୍ତି): ବରଗଡ଼ ଜିଲ୍ଲା ପାଇକମାଳ ବ୍ଲକ୍ରେ ବିଜେପି ପକ୍ଷରୁ ୧୨ ଘଣ୍ଟା ବନ୍ଦ ଡାକରା ଦିଆଯାଇଛି। ଫଳରେ ଦୋକାନ ବଜାର ବନ୍ଦ ରହିଛି। ତେବେ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଗାଡ଼ି ଚଳାଚଳ ଉପରେ କୌଣସି କଟକଣା ଲଗାଯାଇନାହିଁ।
ସୂଚନା ଅନୁସାରେ, ପାଇକମାଳ ସରପଞ୍ଚ ଧବଳେଶ୍ୱର ସାହୁ ଜଣେ ବିଧବା ମହିଳାଙ୍କୁ ‘କାଳିଆ’ ଯୋଜନାରେ କରାଇଦେବା ଆଳରେ ଘରେ ପଶି ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଏନେଇ ଗତ ୨୩ ତାରିଖରେ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ପାଇକମାଳ ଥାନା ଘେରାଉ କରାଯାଇଥିଲା। ଏହି ଘେରାଉକୁ ସମର୍ଥନ କରି ପଦ୍ମପୁର ବିଧାୟକ ପ୍ରଦୀପ ପୁରୋହିତ ମଧ୍ୟ ଧାରଣାରେ ବସିଥିଲେ। ପଦ୍ମପୁର ଉପଖଣ୍ଡ ପୁଲିସ୍ ଅଧିକାରୀ ଲକ୍ଷ୍ମୀ ନାରାୟଣ ପଣ୍ଡା ପ୍ରତିଶ୍ରୃତି ଦେବା ପରେ ଧାରଣା ହଟିଥିଲା।
ତେବେ ଅଭିଯୁକ୍ତକୁ ପୁଲିସ୍ ଗିରଫ ନ କରିବା ଏବଂ ଅଭିଯୁକ୍ତ ବିଜେଡି ଦଳର ହୋଇଥିବାରୁ ପୁଲିସ୍ ତାକୁ ଘଣ୍ଟ ଘୋଡାଉ ଥିବା ବିଜେପି ଅଭିଯୋଗ କରିଛି। ଏଥିସହ ପୀଡ଼ିତାଙ୍କୁ ଶୀଘ୍ର ନ୍ୟାୟ ଦାବିରେ ଆଜି ଦଳ ପକ୍ଷରୁ ବନ୍ଦ ପାଳନ କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।