ମାଲକାନଗିରି(ଓଡ଼ିଶା ରିପୋର୍ଟର) ସହିଦ ସପ୍ତାହରେ ମାଓବାଦୀଙ୍କୁ ବଡ଼ ଝଟକା ଲାଗିଛି । ଦୀର୍ଘ ଦିନ ଧରି ମାଓ କାର୍ଯ୍ୟକଳାପରେ ସାମିଲ ଥିବା ୧୨ ଜଣ ମାଓବାଦୀ ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଚିନ୍ତାପଲ୍ଲୀ ପୋଲିସ ପାଖରେ ଆତ୍ମସମର୍ପଣ କରିଛନ୍ତି। ସମସ୍ତ ମାଓବାଦୀଙ୍କ ଘର ଜି. କେ. ବିଧି ପଞ୍ଚାୟତର ପଣାସଲବଣ୍ଡା, ଆକୁଲୁରୁ, ରାମଗଡ଼ ଓ ପାତ୍ରୁନିଗୁଣ୍ଟାରେ ଅତିରିକ୍ତ ପୁଲିସ କମିଶନର ବିଦ୍ୟାସାଗର ସମସ୍ତଙ୍କୁ ପୁଷ୍ପଗୁଛ ଦେଇ ଅଭିନନ୍ଦନ ଜଣାଇଥିଲେ ।
ଆତ୍ମସମର୍ପଣ କରିଥିବା ସମସ୍ତ ମାଓବାଦୀ ଆନ୍ଧ୍ରପ୍ରଦେଶ ଓ ଓଡିଶା ସୀମାନ୍ତରେ ସକ୍ରିୟ ଥିବା ଗାଲିକୋଣ୍ଡା ମାଓ ଦଳର ସଦସ୍ୟ ଏମାନେ ମାଓଦଳରେ ଗୋଷ୍ଠୀକନ୍ଦଳ, ପୋଲିସ ଦ୍ୱାରା ପ୍ରାଣହାନି ଘଟିବା ଭୟରେ ଆତ୍ମସମର୍ପଣ କରିଥିବା କହିଛନ୍ତି । ମାଓବାଦୀଙ୍କୁ ସମସ୍ତ ସରକାରୀ ସହାୟତା ପ୍ରଦାନ କରାଯିବା ସହ ପୁଲିସ ଶିକ୍ଷାଅନୁଷ୍ଠାନ ଦ୍ୱାରା ଶିକ୍ଷା ପ୍ରଦାନ କରାଯିବ ବୋଲି କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।