ନବରଙ୍ଗପୁର(ନବଘନ ବିଷୋୟୀ): ନବରଙ୍ଗପୁର ଜିଲ୍ଲାର ବିଭିନ୍ନ ସ୍ଥାନରୁ ବାହାର ରାଜ୍ୟକୁ ଚାଲାଣ ବେଳେ ୧୨ ଜଣ ଦାଦନ ଶ୍ରମିକଙ୍କୁ ନବରଙ୍ଗପୁର ପୁଲିସ୍ ଉଦ୍ଧାର କରିଛି। ଉଦ୍ଧାର ହୋଇଥିବା ଶ୍ରମିକଙ୍କ ମଧ୍ୟରେ ୭ ଜଣ ଝିଅ ଓ ୫ ଜଣ ପୁଅ ଅଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ନାବାଳକ ଥିବା ଜଣାପଡ଼ିଛି। ଏଥିସହ ଶ୍ରମିକମାନଙ୍କୁ ସାଙ୍ଗରେ ନେଉଥିବା ୨ ଦଲାଲଙ୍କୁ ପୁଲିସ୍ ଅଟକ ରଖିଛି। ଉଦ୍ଧାର ଶ୍ରମିକଙ୍କ ଘର ଉମରକୋଟ, ତେନ୍ତୁଳିଖୁଣ୍ଟି ବ୍ଲକ ଓ କଳାହାଣ୍ଡି ଜିଲ୍ଲାରେ। ତେବେ ଶ୍ରମିକ ଚାଲାଣ କରାଯାଉଥିବା ଖବର ପାଇ ପୁଲିସ୍ ଉମରକୋଟରୁ ବିଶାଖପାଟଣା ଯାଉଥିବା ଏକ ବସ୍କୁ ଯାଞ୍ଚ କରି ସମସ୍ତ ଶ୍ରମିକଙ୍କୁ ଉଦ୍ଧାର କରିଥିଲା।
ପୁଲିସ୍ର ପ୍ରାଥମିକ ତଦନ୍ତ ଅନୁଯାୟୀ ସମସ୍ତ ଶ୍ରମିକଙ୍କୁ ଚେନ୍ନାଇ ଓ ତ୍ରିପୁରାକୁ ଚାଲାଣ କରାଯାଉଥିବା ଜଣାପଡ଼ିଛି। ସମସ୍ତ ଶ୍ରମିକଙ୍କ ପରିବାରକୁ ପୁଲିସ ପକ୍ଷରୁ ଖବର ଦିଆଯାଇଛି। ତେବେ ଦଲାଲଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ନବରଙ୍ଗପୁର ଥାନା ଅଧିକାରୀ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।